ଜଳ ସମସ୍ୟା ଦୂର ଲାଗି ଟୋଲ୍‌ ଫ୍ରି ନମ୍ବର

ଭୁବନେଶ୍ୱର, ୧୬ା୪(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଭୟ ଗ୍ରାମ ଏବଂ ସହରାଞ୍ଚଳରେ ଲୋକେ ଯେଭଳି ସୁରୁଖୁରୁରେ ପାନୀୟଜଳ ପାଇବେ ସେନେଇ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପାନୀୟ ଜଳ ସମସ୍ୟା ସୃଷ୍ଟି ହେଲେ ଏହାକୁ ଦୂରକରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଦୁଇଟି ଟୋଲ୍‌ ଫ୍ରି ନମ୍ବର ଜାରି କରାଯାଇଛି। ସହରାଞ୍ଚଳରେ ପାନୀୟଜଳ ସମସ୍ୟା ଦେଖାଦେଲେ ଟୋଲ୍‌ ଫ୍ରି ନମ୍ବର ୧୮୦୦୩୪୫୬୭୮୩ରେ ଯୋଗାଯୋଗ କରିପାରିବେ। ସେହିଭଳି ଗ୍ରାମାଞ୍ଚାଳ ପାଇଁ ଟୋଲ୍‌ ଫ୍ରି ନମ୍ବର ୧୯୧୬ ରହିଛି। ଜଳ ଯୋଗାଣ ନେଇ କୌଣସି ଆବଶ୍ୟକତା ପଡ଼ିଲେ ଏହି ନମ୍ବରରେ ଲୋକେ ଫୋନ୍‌ କରିପାରିବେ। ଏହାସହ ଜଳ ଯୋଗାଣ ପାଇଁ କଣ୍ଟ୍ରୋଲ ରୁମ୍‌ ଖୋଲିଥିବାବେଳେ ପାନୀୟ ଜଳ ଯୋଗାଣରେ ଯେଭଳି କୌଣସି ସମସ୍ୟା ଦେଖା ନ ଦିଏ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି।
ପାନୀୟଜଳ ଯୋଗାଣ ନେଇ ମନ୍ତ୍ରୀ ଜେନା ସମୀକ୍ଷା କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଗ୍ରୀଷ୍ମଋତୁରେ ଯେଭଳି ନିରବଚ୍ଛିନ୍ନ ଜଳ ଯୋଗାଣ ଜାରି ରହିବ ସେଥିପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ। ଏପ୍ରିଲ ତୃତୀୟ ସପ୍ତାହ ସୁଦ୍ଧା ସମସ୍ତ ନଳକୂପର ମରାମତି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ଭିତରେ ଏଥିପାଇଁ ଆବଶ୍ୟକ ଆନୁଷଙ୍ଗିକ ଉପକରଣ ପ୍ରସ୍ତୁତ ଲାଗି କହିଛନ୍ତି। ସେହିଭଳି ପମ୍ପହାଉସ ଗୁଡ଼ିକରେ ଜେନେରେଟର ପ୍ରସ୍ତୁତ କରି ରଖାଯିବ। କୌଣସିଠାରେ ପାଣି ପାଇପରେ ଲିକ୍‌ ଦେଖାଦେଲେ ତାହାକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ପାଇଁ କୁହାଯାଇଛି। ସହରାଞ୍ଚଳରେ ଯୋଗାଯାଉଥିବା ଜଳକୁ ଠିକଣାଭାବେ ବିଶୋଧନ ସହ ଆବଶ୍ୟକସ୍ଥଳେ ଜଳଯୋଗାଣ ଲାଗି ଟ୍ୟାଙ୍କର ପ୍ରସ୍ତୁତ ରଖିବାକୁ କହିଛନ୍ତି। ସେହିଭଳି ପୌରସଂସ୍ଥାଗୁଡ଼ିକ ବିଭିନ୍ନ ସ୍ଥାନରେ ଖୋଲିଥିବା ଜଳଛତ୍ରକୁ ପାଣି ଯୋଗାଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ, କଲେଜ, ଡାକ୍ତରଖାନା ଆଦି ପରିସରରେ ଥିବା ନଳକୂପଗୁଡ଼ିକୁ ଆବଶ୍ୟକ ଅନୁଯାୟୀ ମରାମତି କରାଯିବ। ପୌରାଞ୍ଚଳରେ ପୌର ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରକ୍ଷାକରି ଜଳଯୋଗାଣ ବ୍ୟବସ୍ଥାକୁ ସୁଗମ କରିବାକୁ ମନ୍ତ୍ରୀ କହିଛନ୍ତି। କୌଣସି ଠାରେ ଜଳ ଯୋଗାଣରେ ସମସ୍ୟା ଦେଖାଦେଲେ ତୁରନ୍ତ ବିଭାଗୀୟ ଯନ୍ତ୍ରୀ ଓ ଆବଶ୍ୟକ ସ୍ଥଳେ ଜିଲାପାଳଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି। କୌଣସିଠାରେ ନୂତନ ନଳକୂପ କିମ୍ବା ଅନ୍ୟ ଜଳଉତ୍ସର ଆବଶ୍ୟକ ସଂକ୍ରାନ୍ତରେ ଜିଲାପାଳମାନେ ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଦେଲେ ତୁରନ୍ତ ସେଦିଗରେ ପଦକ୍ଷେପ ନେବାପାଇଁ କୁହାଯାଇଛି। ଦୁଇ ବିଭାଗ ପକ୍ଷରୁ ମନ୍ତ୍ରୀଙ୍କ ପରାମର୍ଶକ୍ରମେ ଜିଲାସ୍ତରରେ ସମ୍ପୃକ୍ତ ବିଭାଗୀୟ ପଦାଧିକାରୀମାନଙ୍କୁ ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ପଠାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?