କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖବର ଅନୁସାରେ, ମଙ୍ଗଳବାର ମାଳିଗାଁ ପଞ୍ଚାୟତ କଣାସୁକୁଲି ଡଙ୍ଗାଘାଟରୁ ତଲନାପି ପଞ୍ଚାୟତ ଲୁଟୁକୁଲି ଘାଟ ଅଭିମୁଖେ ଯାଉଥିବା ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଡଙ୍ଗା ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଅଚଳ ହୋଇପଡିଥିଲା। ଫଳରେ ଦୀର୍ଘ ୨ ଘଣ୍ଟା ଧରି ୧୫ ଜଣ ଯାତ୍ରୀ ଫସି ରହିଥିଲେ। ଡଙ୍ଗା ଚାଳକ ଜୟ ଗଉଡ କୌଶଳକ୍ରମେ ଡଙ୍ଗାକୁ ଏକ ଟାପୁକୁ ନେଇଯାଇଥିଲେ। ଏହି ସମୟରେ ପାଖାପାଖି ୫ କି.ମି. ଦୂରରେ ଯାଉଥିବା ଏକ ଡଙ୍ଗାକୁ ଦେଖି ଜୟ ସଙ୍କେତ ଦେଇଥିଲେ। ଉକ୍ତ ଡଙ୍ଗା ସେଠାରେ ପହଞ୍ଚତ୍ବା ପରେ ଯାତ୍ରୀମାନେ ସେଥିରେ କୂଳକୁ ନେଇ ଆସିଥିଲେ। ଡଙ୍ଗାରେ ଗୋପୀନାଥପୁର ପଞ୍ଚାୟତ ଓ ମାଲିଗାଁ ପଞ୍ଚାୟତର ୪ ଜଣ ମହିଳାଙ୍କ ସମେତ ୧୧ ଜଣ ପୁରୁଷ ରହିଥିଲେ।
Posted inଆମ ଜିଲା ଖବର, କଳାହାଣ୍ଡି, ରାଜ୍ୟ View All
ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି
ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…
ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ
ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…
ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…
ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍ଘାଟିତ ହୋଇଯାଇଛି।…
ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ
ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…
ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ
ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ
ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…
ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…
ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!
ଭୁବନେଶ୍ୱର,୨୬।୭ (ସୁନିତ୍ ମିଶ୍ର) ଏନ୍ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ…
Archives

