Posted inଜାତୀୟ

ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍‌

ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍‌ ଦିଆଯାଇଛି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ରେ ଦାଖଲ କରାଯାଇଥିବା ସତ୍ୟପାଠରେ ଅଜିତଙ୍କ ବିରୋଧରେ କୌଣସି ଆପରାଧିକ ଅଭିଯୋଗ ନ ଥିବା ଜଣାପଡ଼ିଛି। ଅଜିତଙ୍କୁ କ୍ଲିନଚିଟ୍‌ ନେଇ ଭାଜପା ପ୍ରଶ୍ନ ଉଠାଇବା ସହ କୋର୍ଟର ଦ୍ୱାରସ୍ଥ ହେବାକୁ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦୟ ଫଡ୍‌ନବିସ ଧମକ ଦେଇଛନ୍ତି। ପୂର୍ବରୁ ନାଗପୁର ଏସିବି ଓ ଅମରାବତୀ ଏସିବି ଶାଖା ସତ୍ୟପାଠରେ ଅଜିତଙ୍କୁ କ୍ଲିନଚିଟ୍‌ ଦିଆଯାଇଥିବାବେଳେ ଏଥିରେ ବଡ଼ ଅଧିକାରୀମାନେ ସାମିଲ ଥିବା ନେଇ କୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ପ୍ରକାଶଥାଉ କି, ୧୯୯୯-୨୦୦୯ରେ କଂଗ୍ରେସ-ଏନ୍‌ସିପି ସରକାରରେ ଅଜିତ ଜଳସମ୍ପଦ ମନ୍ତ୍ରୀ ଥିବାବେଳେ ବିଦର୍ଭ ଜଳସେଚନ ବିକାଶ ନିଗମର ୧୨ ପ୍ରକଳ୍ପ ନିର୍ମାଣରେ ବହୁକୋଟି ଟଙ୍କା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri