ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ପ୍ରକଳ୍ପର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି।
ଟିମ୍‌ ଲିଡର ଯୋଗେଶ ରାଉଣ୍ଡାଲଙ୍କ ନେତୃତ୍ୱରେ ବ୍ୟାସଦେବ ନାୟକ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ କ୍ଷେତ୍ର ପରିଦର୍ଶନ କରିଥିଲେ। ଏହି ପରିଦର୍ଶନ ସମୟରେ ଦଳ ବିଭିନ୍ନ ଚେକ୍‌ ଡ୍ୟାମ ଓ ଏହା ପାର୍ଶ୍ୱରେ ହୋଇଥିବା ପନିପରିବା ଚାଷକୁ ବୁଲି ଦେଖିଥିଲେ। କୁକୁରପେଟା ଉଠାଜଳସେଚନ ପ୍ରକଳ୍ପ ଦ୍ୱାରା ହୋଇଥିବା କଦଳୀ ବଗିଚା, ଜରିପାଳ ଓ କର୍ଣ୍ଣପାଳ ପାଣି ପଞ୍ଚାୟତ ପରିଦର୍ଶନ ସହ ମହିଳାମାନଙ୍କ ଦ୍ୱାରା ପରିଚାଳିତ ଛେଣ୍ଡିପଦା ବ୍ଲକର ଆଉଁଳି ପାଣି ପଞ୍ଚାୟତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ମୂଷାପାପୁଲିଠାରେ ଉଦ୍ୟାନ ବିଭାଗ ଦ୍ୱାରା ଚାଲୁଥିବା ସିଞ୍ଚନ ଜଳସେଚନ କାର୍ଯ୍ୟକୁ ଦଳ ବୁଲି ଦେଖିବା ସହ ଜଳର ଠିକ୍‌ ବିନିଯୋଗକୁ ନେଇ ସନ୍ତୋଷ ପ୍ରକାଶ କରିଥିଲେ। ପରେ ଦଳ ଆଠମଲ୍ଲିକର ମାନ୍‌ଜୋର ମଧ୍ୟମ ଜଳସେଚନ ପ୍ରକଳ୍ପ, ରେଙ୍ଗାଳି ବୃହତ ଜଳସେଚନ ପ୍ରକଳ୍ପ ଓ ଡେରଜାଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ସମେତ ଟିକରପଡ଼ା ଅଞ୍ଚଳରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ଦେଖିଥିଲେ। ଜଳସେଚନ ପ୍ରକଳ୍ପଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଆବଶ୍ୟକ ପାଣ୍ଠି ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେବେ ବୋଲି ଟିମ୍‌ ସଦସ୍ୟମାନେ ପ୍ରକାଶ କରିଥିଲେ। ଜିଲାର ଚିରସ୍ରୋତା ଜଳ ଉତ୍ସର ବ୍ୟବହାର କରି ବିଭିନ୍ନ ଅର୍ଥକାରୀ ଫସଲ ଅମଳ କରାଇ ଚାଷୀଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ଦିଗରେ ବିଭାଗୀୟ ଅଧିକାରୀମାନେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିବା ଜିଲାପାଳ ମନୋଜ କୁମାର ମହାନ୍ତି ଜିଲାର ବିଭିନ୍ନ ଜଳ ଉତ୍ସର ଠିକ୍‌ ଉପଯୋଗିତା ପାଇଁ ଆବଶ୍ୟକ ପାଣ୍ଠି ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଖଣିଜ ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜଳସେଚନ ପ୍ରକଳ୍ପ ସମ୍ପର୍କରେ ଜିଲାପାଳ ସୂଚନା ଦେବା ସହ ଅଧିକ ସଂଖ୍ୟାରେ ଫାର୍ମ ପଣ୍ଡ ଓ ଜଳ ଅମଳ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆବଶ୍ୟକ ପାଣ୍ଠି ସମ୍ପର୍କରେ ଦଳର ଦୃଷ୍ଟି ଆକର୍ଷଣ କରିଥିଲେ। ଅନୁଗୋଳ ଜଳସେଚନ ସର୍କଲର ଅଧୀକ୍ଷଣ ଯନ୍ତ୍ରୀ ଦିପ୍ତୀ ରଞ୍ଜନ ପଣ୍ଡା ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ। ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ସରୋଜକାନ୍ତ ମିଶ୍ର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କରେ ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେରଜାଙ୍ଗ ଜଳସେଚନ ପ୍ରକଳ୍ପର ଉପନିର୍ବାହୀ ଯନ୍ତ୍ରୀ ସୁବ୍ରତ ନାୟକ, ଉପ କୃଷି ନିର୍ଦ୍ଦେଶକ ବିଜୟ କୁମାର ମହାପାତ୍ର, ଅନୁଗୋଳ ଉଦ୍ୟାନ ବିଭାଗର ଉପନିର୍ଦ୍ଦେଶକ ପଦ୍ମଲୋଚନ ଦାସଙ୍କ ସମେତ ବିଭିନ୍ନ ଜଳସେଚନ ପ୍ରକଳ୍ପର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଜଳ ବିଭାଜିକାର ପ୍ରକଳ୍ପ ନିର୍ଦ୍ଦେଶକ ଶିବ ପ୍ରସାଦ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri