ଜଳିଗଲା ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌

ପରଜଙ୍ଗ,୨୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ. ଜାତୀୟ ରାଜପଥ ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୧୨ ଚକିଆ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ (ଓଆର ୦୫ ଏକ୍ସ ୦୯୨୨) ରେ ଅଗ୍ନିକାଣ୍ଡ ଘଟିଛି। ହଠାତ୍‌ ନିଆଁ ଲାଗିଯିବାରୁ ଟ୍ରକ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ପୋଡିଯାଇଛି। ଏଥିରେ ଡ୍ରାଇଭର ଓ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଛନ୍ତି ।
ସୂଚନାଯୋଗ୍ୟ, ଉକ୍ତ ଟ୍ରକ୍‌ଟି ତାଳଚେରରୁ ପିତିରି ଆଡ଼କୁ ଯାଉଥିବା ବେଳେ ଏହି ଘଟଣା ଘଟିଥିଲା। ଟ୍ରକ୍‌ ବାମ ପାର୍ଶ୍ୱରୁ ହଠାତ୍‌ ନିଆଁ ବାହାରୁଥିବା ଦେଖି ଡ୍ରାଇଭର ଗାଡ଼ିକୁ ରାସ୍ତା କଡ଼ରେ ରଖି ଓହ୍ଲାଇ ଯାଇଥିଲେ। ଖବରପାଇ ପରଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଶର୍ଟସର୍କିଟରୁ ଏଭଳି ଘଟିଥିବା ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri