ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ପାଲଲହଡ଼ା, ୧୪ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ଛକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଥିବା ୩ ଦୋକାନରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି । ଏଥିରେ  ପ୍ରକାଶ ସୋନକର ଓ ଗାୟତ୍ରୀ ସୋନକରଙ୍କ ଦୁଇଟି ଫଳ ଦୋକାନ ସହ ଶଙ୍କର ମେହେରଙ୍କ ଜୋତା ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମଙ୍ଗଳବାର ସକାଳେ ବିଧାୟକ ମୁକେଶ କୁମାର ପାଲ ଏବଂ ବ୍ଲକ ଅଧ୍ୟକ୍ଷ ନବ କିଶୋର ନାୟକ ଘଟଣାସ୍ଥଳ ପରିଦର୍ଶନ କରି କ୍ଷତିଗ୍ରସ୍ତ ଦୋକାନୀଙ୍କୁ ୫ହଜାର ଟଙ୍କା ଲେଖାଏଁ ବ୍ୟକ୍ତିଗତ ଭାବେ ପ୍ରଦାନ କରିଥିଲେ। ଏଥିସହ ତୁରନ୍ତ ତଦନ୍ତ କରି ସରକାରୀ ସହାୟତା ପ୍ରଦାନ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri