ଜଳୁଛି ଆମାଜନ ଜଙ୍ଗଲ

ହୁମାଇଟା,୨୪।୮: ବିଶ୍ୱର ଫୁସ୍‌ଫୁସ୍‌ କୁହାଯାଉଥିବା ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ହୁ ହୁ ହୋଇ ଜଳୁଛି। ପୃଥିବୀକୁ ୨୦ ପ୍ରତିଶତ ଅମ୍ଳଜାନ ଯୋଗାଉଥିବା ଏହି ଚିରହରିତ ଜଙ୍ଗଲର ସୁରକ୍ଷା ଅପରିହାର୍ଯ୍ୟ ହୋଇପଡିଛି। ଏହା ଉପରେ ଜରୁରୀ ଆଲୋଚନା ପାଇଁ ବିଶ୍ୱର ବିଶିଷ୍ଟ ନେତାମାନେ ଆହ୍ବାନ ଦେଇଛନ୍ତି। ସେହିପରି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଚିନ୍ତାବ୍ୟକ୍ତ କରିଛନ୍ତି।
୫୫ ଲକ୍ଷ ବର୍ଗ କିଲୋମିଟର ବ୍ୟାପୀ ଏହି ଜଙ୍ଗଲରେ ଚଳିତ ବର୍ଷ ୭୨,୮୪୩ଟି ସ୍ଥାନରେ ନିଆଁ ଲାଗିଛି, ଯାହା କି ସମ୍ପୂର୍ଣ୍ଣ ଜଙ୍ଗଲର ଅର୍ଦ୍ଧାଧିକ ଅଞ୍ଚଳ। ଜାତୀୟ ମହାକାଶ ଗବେଷଣା ଅନୁଷ୍ଠାନର ଉପଗ୍ରହ ତଥ୍ୟ ଅନୁଯାୟୀ ପୂର୍ବବର୍ଷ ତୁଳନାରେ ଏହି ଅଗ୍ନିକାଣ୍ଡ ୮୫ ପ୍ରତିଶତ ଅଧିକ। ଜଳବାୟୁ ପରିବର୍ତ୍ତନ ବିରୋଧରେ ସାରା ବିଶ୍ୱ ସଂଘର୍ଷ କରୁଥିତ୍ବାବେଳେ ଆମାଜନ ନିଆଁ ଏହାକୁ ବଡ଼ ଝଟକା ଦେଇଥିବା ବୈଜ୍ଞାନିକମାନେ ସତର୍କ କରାଇଦେଇଛନ୍ତି।
ଆମାଜନ ଜଙ୍ଗଲରେ ନିଆଁ ଏକ ଅନ୍ତର୍ଜାତୀୟ ସମସ୍ୟା। ଚଳିତ ସପ୍ତାହରେ ଫ୍ରାନ୍ସରେ ଅନୁଷ୍ଠିତ ହେବାକୁ ଥିବା ଜି୭ ସମିଟ୍‌ରେ ଏହା ଉପରେ ଆଲୋଚନା କରିବାକୁ ଜର୍ମାନ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ଆହ୍ବାନ ଦେଇଛନ୍ତି। ‘ଆମ ଘର ଜଳୁଛି’ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଟୁଇଟ୍‌ କରିଛନ୍ତି। ଏହା ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋଙ୍କ ନୀତିର ଅଂଶବିଶେଷ ବୋଲି ପରିବେଶ ସଂଗଠନଗୁଡ଼ିକ ଅଭିଯୋଗ କରିଛନ୍ତି। ଆତ୍ମହତ୍ୟା ପଥରେ ଥିବା ବ୍ରାଜିଲକୁ ରକ୍ଷା କରିବା ଜରୁରୀ ବୋଲି ସେମାନେ ମତ ଦେଇଛନ୍ତି। ବିଶ୍ୱର ବୃହତ କାର୍ବନ ଭଣ୍ଡାର ଆମାଜନ ବିଶ୍ୱ ତାପ ହ୍ରାସ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ଏଥିରେ ୩ ନିୟୁତ ପ୍ରକାରର ଉଦ୍ଭିଦ ଓ ପ୍ରାଣୀଙ୍କ ସମେତ ୧୦ ଲକ୍ଷ ଆଦିମ ଅଧିବାସୀ ବସବାସ କରୁଛନ୍ତି। ନିଆଁ ଲିଭାଇବା ଦିଗରେ ତୁରନ୍ତ ପଦକ୍ଷେପ ନେବା ଦାବିରେ ବ୍ରାଜିଲର ବିଭିନ୍ନ ସହରରେ ପରିବେଶ ସୁରକ୍ଷା ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ଚାଷବାସ ପାଇଁ ଜମି ପ୍ରସ୍ତୁତ କରିବା ନିମନ୍ତେ ବେଆଇନ ଭାବେ ଜଙ୍ଗଲରେ ନିଆଁ ଲଗାଇଦିଆଯାଉଥିବା କୁହାଯାଉଛି। ସମ୍ପତ୍ତି ଆହରଣ ଲାଗି କେତେକ ଜଙ୍ଗଲରେ ନିଆଁ ଲଗାଉଥିବା କହୁଥିବାବେଳେ ମାଂସ ଶିଳ୍ପ ଅଗ୍ନିକାଣ୍ଡର ଅନ୍ୟତମ କାରଣ ବୋଲି କେତେକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri