Posted inଜାତୀୟ

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଶତାଧିକ ଆହତ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେତେକ ଅଞ୍ଚଳରେ ସ୍କୁଲ ବନ୍ଦ କରାଯାଇଥିବା ବେଳେ ପାଖାପାଖି ୫ ମେଟ୍ରୋ ଷ୍ଟେଶନକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର ରାତିରେ ଜାଫରାବାଦ ମେଟ୍ରୋ ଷ୍ଟେଶନ ନିକଟରେ ପ୍ରଥମେ କେତେଜଣ ମହିଳା ସିଏଏକୁ ବିରୋଧ କରି ସ୍ଲୋଗାନ ଦେବା ଆରମ୍ଭ କରି ଦେଇଥିଲେ। କେନ୍ଦ୍ର ସରକାର ଯେ ପର୍ଯ୍ୟନ୍ତ ସିଏଏକୁ ରଦ୍ଦ ନ କରିଛନ୍ତି ସେ ପର୍ଯ୍ୟନ୍ତ ସେମାନେ ବିରୋଧ ପ୍ରଦର୍ଶନ କରିବେ ବୋଲି ସ୍ଲୋଗାନ ଦେଇଥିଲେ। ଏହା ଧୀରେ ଧୀରେ ଦିଲ୍ଲୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିବା ଫଳରେ ଏବେ ଏହା ହିଂସାର ରୂପ ନେଇଛି। ସୋମବାର ରାତିରେ ଏହା ସାମାନ୍ୟ କମ୍‌ ଥିବା ବେଳେ ମଙ୍ଗଳବାର ସକାଳେ ଉତ୍ତର-ପୂର୍ବ ଦିଲ୍ଲୀର କିଛି ସ୍ଥାନରେ ପଥରମାଡ ହୋଇଛି। ପ୍ରଦର୍ଶନକାରୀମାନେ ଦୋକାନ, ଗାଡି ଆଦିରେ ନିଆଁ ଲଗାଇ ଦେଇଛନ୍ତି। ସେହିପରି ଭଜନପୁରାରେ ଏକ ପେଟ୍ରୋଲ ପମ୍ପରେ ମଧ୍ୟ ପ୍ରଦର୍ଶନକାରୀ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ସେହିପରି ଏକ ହସ୍ପିଟାଲ ଭିତରକୁ ପେଟ୍ରୋଲ ବୋମା ମାଡ କରିବାରେ ଉକ୍ତ ହସ୍ପିଟାଲ କିଛି ଅଂଶରେ କ୍ଷତିଗ୍ରସ୍ତ ହୋଇଛି। ଗତକାଲି ଏହି ହିଂସା ସମୟରେ ଗୁଳି ଚାଳନା କରୁଥିବା ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଏହି ହିଂସାରେ ଆହତ ହୋଇଥିବା ଡିଏସ୍‌ପି ଅମିତ ଶର୍ମାଙ୍କ ସର୍ଜରୀ ପରେ ଏବେ ସେ ବିପଦମୁକ୍ତ ରହିଛନ୍ତି। ଏହାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଲ୍ଲୀର ଆଇନ ଶୃଙ୍କଳା ପରିସ୍ଥିତିକୁ ଦେଖି ଏକ ଜରୁରୀ କାଳୀନ ବୈଠକ ଡାକିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri