Posted inଜାତୀୟ

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଶତାଧିକ ଆହତ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେତେକ ଅଞ୍ଚଳରେ ସ୍କୁଲ ବନ୍ଦ କରାଯାଇଥିବା ବେଳେ ପାଖାପାଖି ୫ ମେଟ୍ରୋ ଷ୍ଟେଶନକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର ରାତିରେ ଜାଫରାବାଦ ମେଟ୍ରୋ ଷ୍ଟେଶନ ନିକଟରେ ପ୍ରଥମେ କେତେଜଣ ମହିଳା ସିଏଏକୁ ବିରୋଧ କରି ସ୍ଲୋଗାନ ଦେବା ଆରମ୍ଭ କରି ଦେଇଥିଲେ। କେନ୍ଦ୍ର ସରକାର ଯେ ପର୍ଯ୍ୟନ୍ତ ସିଏଏକୁ ରଦ୍ଦ ନ କରିଛନ୍ତି ସେ ପର୍ଯ୍ୟନ୍ତ ସେମାନେ ବିରୋଧ ପ୍ରଦର୍ଶନ କରିବେ ବୋଲି ସ୍ଲୋଗାନ ଦେଇଥିଲେ। ଏହା ଧୀରେ ଧୀରେ ଦିଲ୍ଲୀର ବିଭିନ୍ନ ଅଞ୍ଚଳକୁ ବ୍ୟାପିବା ଫଳରେ ଏବେ ଏହା ହିଂସାର ରୂପ ନେଇଛି। ସୋମବାର ରାତିରେ ଏହା ସାମାନ୍ୟ କମ୍‌ ଥିବା ବେଳେ ମଙ୍ଗଳବାର ସକାଳେ ଉତ୍ତର-ପୂର୍ବ ଦିଲ୍ଲୀର କିଛି ସ୍ଥାନରେ ପଥରମାଡ ହୋଇଛି। ପ୍ରଦର୍ଶନକାରୀମାନେ ଦୋକାନ, ଗାଡି ଆଦିରେ ନିଆଁ ଲଗାଇ ଦେଇଛନ୍ତି। ସେହିପରି ଭଜନପୁରାରେ ଏକ ପେଟ୍ରୋଲ ପମ୍ପରେ ମଧ୍ୟ ପ୍ରଦର୍ଶନକାରୀ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ସେହିପରି ଏକ ହସ୍ପିଟାଲ ଭିତରକୁ ପେଟ୍ରୋଲ ବୋମା ମାଡ କରିବାରେ ଉକ୍ତ ହସ୍ପିଟାଲ କିଛି ଅଂଶରେ କ୍ଷତିଗ୍ରସ୍ତ ହୋଇଛି। ଗତକାଲି ଏହି ହିଂସା ସମୟରେ ଗୁଳି ଚାଳନା କରୁଥିବା ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଏହି ହିଂସାରେ ଆହତ ହୋଇଥିବା ଡିଏସ୍‌ପି ଅମିତ ଶର୍ମାଙ୍କ ସର୍ଜରୀ ପରେ ଏବେ ସେ ବିପଦମୁକ୍ତ ରହିଛନ୍ତି। ଏହାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଲ୍ଲୀର ଆଇନ ଶୃଙ୍କଳା ପରିସ୍ଥିତିକୁ ଦେଖି ଏକ ଜରୁରୀ କାଳୀନ ବୈଠକ ଡାକିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri