Posted inରାଜ୍ୟ

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ୱର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ)-
ପ୍ରବଳ ଖରା ତାତିରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ହନ୍ତସନ୍ତ ହୋଇଗଲାଣି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ଏପରି କି, ଟିଟିଲାଗଡ଼ ଓ ତାଳଚେରକୁ ପଛରେ ପକାଇ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଛି। ଏଠାରେ ତାପମାତ୍ରା ସର୍ବାଧିକ ୪୩.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ମୁଣ୍ଡଫଟା ଖରା ସାଙ୍ଗକୁ ତତଲା ହାଓ୍ବା ରାଜଧାନୀବାସୀଙ୍କୁ ଅସ୍ତବ୍ୟସ୍ତ କଲାଣି। ପୂର୍ବାହ୍ନ ୧୧ଟା ବେଳକୁ ରାସ୍ତାଘାଟ ସବୁ ଶୂନ୍‌ଶାନ ହୋଇଯାଉଛି। ବୁଧବାର ମଧ୍ୟ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରୀ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ମଙ୍ଗଳବାର ରାଜ୍ୟର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ତାଳଚେରରେ ୪୩.୩ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ଟିଟିଲାଗଡ଼ରେ ୪୨ ଡିଗ୍ରୀ, କଟକରେ ୪୧.୧ ଡିଗ୍ରୀ, ମାଲକାନଗିରିରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୫ ଡିଗ୍ରୀ ଓ ଝାରସୁଗୁଡ଼ାରେ ୪୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଉପକୂଳ ଓଡ଼ିଶାବାସୀ ମଧ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଆସନ୍ତା ୨ରୁ ୩ଦିନ ପର୍ଯ୍ୟନ୍ତ ଏହିଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ଦିନବେଳା ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନ ସାଙ୍ଗକୁ ସାମାନ୍ୟ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗୁରୁବାର ମଧ୍ୟ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ସହ ପବନର ବେଗ ବଢ଼ିପାରେ। ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ସମ୍ବଲପୁର ଓ ଦେବଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri