ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ା ବୁଧବାର ସନ୍ଧ୍ୟାରେ ଜଳେଶ୍ୱର ବିଧାୟକ ଏକ ପ୍ରେସ୍‌ନୋଟ୍‌ ଜରିଆରେ ଜଳେଶ୍ୱର ମ୍ୟୁନିସିପାଲଟିର ଶାନ୍ତିଆ ନିକଟରେ ୨୦୧୦ ମସିହାରେ ଆରମ୍ଭ ହୋଇ ଅଦ୍ୟାବଧି ଅସମ୍ପୂର୍ଣ୍ଣ ହୋଇରହିଥିବା ଏହି ଷ୍ଟାଡିୟମର ପୂର୍ଣ୍ଣାଙ୍ଗୀକରଣ ଲାଗି ସେ ଚେଷ୍ଟିତ ବୋଲି କହିଥିଲେ ା ଏ ସମ୍ପର୍କରେ ବିଧାୟକ ଅଶ୍ୱିନୀ କୁମାର ପାତ୍ର ବିଧାନସଭାରେ କ୍ରୀଡାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ଅତିଶୀଘ୍ର ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିବେଦନ କରିଥିଲେ ା ବାଚସ୍ପତି ମଧ୍ୟ ଏନେଇ କ୍ରୀଡାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା
୨୦୦୫ରେ ତତ୍‌କାଳୀନ କେନ୍ଦ୍ର ସାର ଓ ରସାୟନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ଚରଣ ଜେନାଙ୍କ ପ୍ରଚେଷ୍ଟାରେ ରାଷ୍ଟ୍ରୀୟ କେମିକାଲ ଆଣ୍ଡ ଫର୍ଟିଲାଇଜର ବିଭାଗର ନିର୍ଦ୍ଦେଶକ ଉଦୟ ଶଙ୍କର ଝାଙ୍କ ସହମତିରେ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା ା ଏହି କାର୍ଯ୍ୟର କେତେକ ଅର୍ଥ ହେରଫେର ହୋଇଥିବା ଜଣାଯିବା ପରେ ଭିଜିଲାନ୍ସ ବିଭାଗ ଏହି ମାମଲାକୁ ଗ୍ରହଣ କରିଥିବାରୁ ଏହା ଅଦ୍ୟାବଧି ଅଧାପନ୍ତରିଆ ଭାବେ ପଡିରହିଛି। ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ମହାପାତ୍ରଙ୍କୁ ଉକ୍ତ ଷ୍ଟାଡିୟମର ସବିଶେଷ ତଥ୍ୟ ତଥା ପ୍ଲାନ ଏବଂ ଏଷ୍ଟିମେଟ କରିବାକୁ ପାତ୍ର କହିଥିଲେ। ଷ୍ଟାଡିୟମ ପୂର୍ଣ୍ଣୀଙ୍ଗୀକରଣ ଲାଗି ୨୦ଲକ୍ଷ ଟଙ୍କା ମଞ୍ଜୁର କରାଇଥିବାରୁ ରାଜ୍ୟ ବିଜୁ ଜନତାଦଳ କାଉନ୍‌ସିଲ ସଦସ୍ୟ ପ୍ରତୀପ କୁମାର ପ୍ରଧାନ, ନଗର ସଭାପତି ସୁରଜିତ୍‌ ଘୋଷ, ନଗର ଯୁବ ସଭାପତି ସଞ୍ଜୀବ ପାଳ, ନଗର ସଭାନେତ୍ରୀ ସତ୍ୟବତୀ ଗିରି, ଅବଦୁଲ ରହିମ୍‌, ପୂର୍ବତନ କାଉନ୍‌ସିଲର ବିଜୟ କାମିଳା, ଅର୍ଚ୍ଚନା ଗିରି, ଆନନ୍ଦ କର, ଗୋବିନ୍ଦ୍ର ସାହୁ ଓ ରଣ୍ଟ ବ୍ରହ୍ମ ପ୍ରମୁଖ ବିଧାୟକ ପାତ୍ର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?