ଜଳେଶ୍ୱର ସହର ଜଳଖିଆ ଦୋକାନ ଉପରେ ସ୍ବାସ୍ଥ୍ୟ ବିଭାଗର ଚଢାଉ: ଖାଦ୍ୟର ମାନ ଯାଞ୍ଚ କଲେ ଅଧିକାରୀ

ଜଳେଶ୍ୱର, ୨୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ବିଭିନ୍ନ ବଜାରରେ ଥିବା ଜଳଖିଆ ଦୋକାନ ଉପରେ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ପକ୍ଷରୁ ଚଢାଉ କରାଯାଇ ଖାଦ୍ୟର ମାନ ଯାଞ୍ଚ କରାଯାଇଛି। ସିଡିଏମ୍‌ଓ ଦୁଲାଲସେନ ଜଗଦେବଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ନିରାପତ୍ତା ଅଧିକାରୀ ଅନୁଶ୍ରୀ ଖଟୁଆ, କର୍ମଚାରୀ ନିତ୍ୟାନନ୍ଦ ପତି ସଦଳବଳେ ଚଢ଼ାଉ କରି ଜଳଖିଆ ଦୋକାନରେ ବିକ୍ରି ହେଉଥିବା ବିଭିନ୍ନ ପ୍ରକାର ମିଠା ଓ ତେଲଭାଜି ଖାଦ୍ୟକୁ ପରୀକ୍ଷା ନିରୀକ୍ଷା କରିବା ପରେ ତାହାର କିଛି ନମୁନା ନିଜ ସହିତ ନେଇଯାଇଛନ୍ତି। ଏଥିସହିତ ଖାଦ୍ୟ ପ୍ରସ୍ତୁତ ହେଉଥିବା ରୋଷେଇ ଘରକୁ ମଧ୍ୟ ଅଧିକାରୀ ବୁଲି ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ କଡ଼ା ତାଗିଦ୍‌ କରିଥିଲେ।

ଅଧିକାରୀମାନେ ପ୍ରଥମେ ଷ୍ଟେସନବଜାରସ୍ଥିତ କାଳିକା ସୁଇଟ୍‌ସ୍‌ ଜଳଖିଆ ଦୋକାନରେ ଚଢାଉ କରିଥିଲେ। ପରିଷ୍କାର, ପରିଚ୍ଛନ୍ନ ଅବଲମ୍ବନ ନେଇ ଅଧିକାରୀମାନେ ତାଗିଦ୍‌ କରିବା ପରେ ୭ଦିନିଆ ନୋଟିସ୍‌ ଜାରି କରିଛନ୍ତି। ଉକ୍ତ ନୋଟିସ୍‌ର ଜବାବ ସନ୍ତୋଷଜନକ ନ ହେଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଏହାବ୍ୟତିତ ଷ୍ଟେଶନବଜାର ଓ ବଡ଼ବଜାରସ୍ଥିତ ବିଭିନ୍ନ ଜଳଖିଆ ଏବଂ ହୋଟେଲରେ ମଧ୍ୟ ଚଢ଼ାଉ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ଆଜକୁ ୨ ଦିନ ପୂର୍ବେ କାଳିକା ସୁଇଟ୍‌ସ୍‌ ଦୋକାନରେ ଜଣେ ଗ୍ରାହକ ଉତ୍ତମ କୁମାର ସାହୁ ସିଙ୍ଗଡ଼ା କିଣି ଖାଉଥିବା ବେଳେ ସେଥିରେ ଏକ ମଲା ବିଛା ଦେଖିଥିଲେ। ଯାହାକୁ ନେଇ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ଫଳସ୍ବରୂପ ଜଳେଶ୍ୱର ଅଞ୍ଚଳର ସଚେତନ ନାଗରିକ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ଜିଲାର ସିଡିଏମ୍‌ଓଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏହି ଚଢ଼ାଉ କରାଯାଇଥିଲା। ସ୍ବାସ୍ଥ୍ୟ ବିଭାଗର ଖାମଖିଆଲି ନୀତି ଓ ନିୟମିତ ଯାଞ୍ଚ କରା ନ ଯିବା ଫଳରେ ଏଭଳି ଅନୁପଯୋଗୀ ବିଷାକ୍ତ ଖାଦ୍ୟ ଖୋଲା ବଜାରରେ ବିକ୍ରି ଚାଲିଛି। ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବା ପାଇଁ ସ୍ବାସ୍ଥ୍ୟ ଅଧିକାରୀଙ୍କ ନିକଟରେ ଜନସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri