ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ

କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଡ.ଅରିଜିତ ପଶାୟତଙ୍କ ୭୫ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସଂସଦର ପ୍ରତିଷ୍ଠାତା ଡ. ପ୍ରଭାକର ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜ୍ଞାନପୀଠ ବିଜୟିନୀ ଲେଖିକା ପଦ୍ମଶ୍ରୀ ଡ. ପ୍ରତିଭା ରାୟ ମୁଖ୍ୟବକ୍ତା ଏବଂ ପୂର୍ବତନ ଆଡଭୋକେଟ ଜେନେରାଲ ଜଗନ୍ନାଥ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁ, ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ଜଷ୍ଟିସ ଡ. ପଶାୟତଙ୍କୁ ଭୂମିଗୌରବ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହା ସହ ସଭାପତି ଡ. ଇଂ ପ୍ରଭାକର ସ୍ବାଇଁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟ ଅତିଥି ଜଷ୍ଟିସ ମହାପାତ୍ର କହିଥିଲେ, ଅରିଜିତ ଭାରତବର୍ଷର ଜଣେ ବିଜ୍ଞ ବିଚାରପତି। ସେ ବହୁ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରି ଉଦାହରଣ ସୃଷ୍ଟି କରିଛନ୍ତି। ପ୍ରାରମ୍ଭରେ କଲଚରାଲ ଏକାଡେମୀର ସଭାପତି ପ୍ରଫେସର ଡ. ନିମାଇଁ ଚରଣ ପରିଜା ସ୍ବାଗତ ଭାଷଣ ଦେଇଥିବା ବେଳେ ନାଟ୍ୟକାର ସଞ୍ଜିତ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଜୟ ଲକ୍ଷ୍ମୀ ନାୟକ ମାନପତ୍ର ପାଠ କରିଥିଲେ। ଶେଷରେ ଶିକ୍ଷାବିତ କୈଳାସ ଚନ୍ଦ୍ର ବରାଳ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଓ ପ୍ରାକ୍ତନ ବିଚାରପତି, ଆଇନଜୀବୀ, ସାହିତି୍ୟକ, ଶିକ୍ଷାବିତ୍‌, ଇଞ୍ଜିନିୟର, ଡାକ୍ତର ସମେତ ବହୁ ବୁଦ୍ଧିଜୀବୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri