ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହାପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ୍‌ ରଫିକ୍‌ଙ୍କ ନାମକୁ ସୁପାରିଶ କରିଥିଲେ।
ଜଷ୍ଟିସ୍‌ ରଫିକ୍‌ ରାଜସ୍ଥାନ ବିଶ୍ୱବିଦ୍ୟାଳୟରୁ ଆଇନ ଡିଗ୍ରୀ ହାସଲ କରିବା ପରେ ୧୯୮୪ରେ ରାଜସ୍ଥାନର ବାର୍‌ କାଉନସିଲରେ ଆଡଭୋକେଟ୍‌ ଭାବରେ ନାମ ଲେଖାଇଥିଲେ। ଜଷ୍ଟିସ୍‌ ରଫିକ୍‌ ଆଇନର ପ୍ରାୟ ସମସ୍ତ ଶାଖାରେ ବିଶେଷକରି ସାମ୍ବିଧାନିକ ତଥା ସେବା ପ୍ରସଙ୍ଗ ତଥା ଜମି ଅଧିଗ୍ରହଣ ମାମଲାରେ ଅଭ୍ୟାସ କରିଥିଲେ। ସେ ୧୯୯୯ ଜାନୁୟାରୀ ୭ରୁ ରାଜସ୍ଥାନ ପାଇଁ ଅତିରିକ୍ତ ଆଡ୍‌ଭୋକେଟ ଜେନେରାଲ ଭାବରେ ନିଯୁକ୍ତ ହୋଇଥିଲେ। ମେ’ ୨୦୦୬ ରାଜସ୍ଥାନ ହାଇକୋର୍ଟର ବେଞ୍ଚକୁ ଉନ୍ନୀତ ହେବା ପର୍ଯ୍ୟନ୍ତ ସେ ସେହି ପଦବୀରେ କାର୍ଯ୍ୟ କରିଥିଲେ।
୧୩ ନଭେମ୍ବର ୨୦୧୯ରେ ଜଷ୍ଟିସ୍‌ ରଫିକ୍‌ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri