Posted inଜାତୀୟ

ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମୋଦି କୌଣସି  ଦାବି କରି ନାହାଁନ୍ତି : ମାଲେସିୟା ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୧୭।୯: ମୁସଲମାନ୍‌ ଧର୍ମଗୁରୁ ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମାଲେସିୟା ପ୍ରଧାନମନ୍ତ୍ରୀ ମୋହାଥିର ବିନ୍‌ ମହମ୍ମଦ୍‌ଙ୍କ ମନ୍ତବ୍ୟ ଏବେ ଅନ୍ତର୍ଜାତୀୟସ୍ତର ସହିତ ଭାରତରେ ବିବାଦ ସୃଷ୍ଟି କରିଛି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ କୌଣସି ଦାବି କରି ନାହାଁନ୍ତି। ବିଭିନ୍ନ ସମସ୍ୟା ସୃଷ୍ଟି କରୁଥିବାରୁ ଜାକିରଙ୍କୁ କୌଣସି ଦେଶ ଶରଣ ଦେବାକୁ ଚାହୁଁ ନାହାନ୍ତି। ଏପରିସ୍ଥଳେ ତାଙ୍କୁ ମାଲେସିୟାରୁ ଭାରତକୁ ପଠାଇବା ଲାଗି ମୋଦିଙ୍କ ସହିତ ଆଲୋଚନା ହୋଇ ନ ଥିବା ମୋହଥିର୍‌ କହିଛନ୍ତି। ଜାକିର ମାଲେସିୟାର ନାଗରିକ ନ ଥିଲେ ମଧ୍ୟ ପୂର୍ବ ସରକାର ତାଙ୍କୁ ଏଠାରେ ସ୍ଥାୟୀ ଭାବେ ବସବାସ କରିବା ଲାଗି ସ୍ବୀକୃତି ଦେଇଥିଲେ। ମାତ୍ର ଦେଶର ଅର୍ଥବ୍ୟବସ୍ଥା କିମ୍ବା ରାଜନୈତିକ ସ୍ଥିତି ଉପରେ କୌଣସି ମନ୍ତବ୍ୟ ଦେବାର ଅଧିକାର ତାଙ୍କର ନାହିଁ। ତେବେ ସେ ଏହାର ଉଲ୍ଲଂଘନ କରିଥିବା ମୋହାଥିର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri