ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ହସିଣା ‘ଖ’ ଗ୍ରାମର ବିଜୟ ତରାଇ ଓ ଗଜେନ୍ଦ୍ର।
ପୋଲିସ ସୂଚନା ଅନୁସାରେ, ବିଜୟ ଏବଂ ଗଜେନ୍ଦ୍ର ସେମାନଙ୍କ ଭଉଣୀମାନଙ୍କ ନାମରେ ଥିବା ସ୍ଥିତିବାନ ଜମିରେ ମଙ୍ଗଳବାର ଜବରଦସ୍ତ ଗୃହ ନିର୍ମାଣ କରିବାକୁ ଉଦ୍ୟମ ଚଳାଇଥିଲେ। ଏହାକୁ ଦୁଇ ଭଉଣୀ ଅନୀମା, ପୁଷ୍ପଲତା ଏବଂ ତାଙ୍କ ମା’ ହାରାମଣୀ ବିରୋଧ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ବିଜୟ ଏବଂ ଗଜେନ୍ଦ୍ର ପ୍ରଥମେ ସେମାନଙ୍କୁ କୋଦାଳ ବେଣ୍ଟରେ ମାଡ଼ ମାରିଥିଲେ। ପରେ ସେମାନଙ୍କୁ ଘୋଷାଡ଼ି ଘୋଷାଡ଼ି ନେଇ ମା’ଙ୍କୁ ଘର ଖୁଣ୍ଟ ଏବଂ ଦୁଇ ଭଉଣୀଙ୍କୁ ନଡ଼ିଆ ଗଛରେ ବାନ୍ଧି ଦେଇଥିଲେ। ଦୁଇ ଭଉଣୀ ଏବଂ ମା’ ବିକଳରେ ଚିତ୍କାର କରୁଥିଲେ ମଧ୍ୟ କେହି ସେମାନଙ୍କୁ ସହାୟତା କରିବାକୁ ଆସି ନ ଥିଲେ। ଏକଥା ଜାଣିବା ପରେ ଅନୀମାଙ୍କ ପୁଅ ଯାଇ କୁଜଙ୍ଗ ଥାନାରେ ଜଣାଇଥିଲେ। ତେବେ ପୋଲିସ ଆସିବା ପୂର୍ବରୁ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଅନୀମା ଯାଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଅଭିଯୋଗକ୍ରମେ ଆଇପିସି ଧାରା ୩୪୨, ୨୯୪, ୩୦୭, ୩୫୪(କ), ୫୦୬, ୩୪ରେ ମାମଲା ନଂ- ୬/୨୦ ରୁଜୁ କରି ବିଜୟ ଏବଂ ଗଜେନ୍ଦ୍ରଙ୍କୁ ଗିରଫ କରିଥିଲା। ଉଭୟଙ୍କୁ ବୁଧବାର ସ୍ଥାନୀୟ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ସମାଗୋଳ ଜେଲ ହାଜତକୁ ପଠାଇ ଦିଆଯାଇଛି। କୁଜଙ୍ଗ ଥାନା ଅଧିକାରୀ ଦିଲୀପ ସାହୁ ଉକ୍ତ ମାମଲାର ତଦନ୍ତ ଦାୟିତ୍ୱ ଏସଆଇ ଶୁଭ୍ରଜିତ ଦାସଙ୍କୁ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri