ଜାଗା ସମୀକ୍ଷା ବୈଠକ :୪୩୯ ବସ୍ତି ବାସିନ୍ଦାଙ୍କୁ କରାଯାଇନି ଥଇଥାନ

ଛତ୍ରପୁର,୧୯ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜାଗା ଯୋଜନାରେ ବସ୍ତି ବାସିନ୍ଦାଙ୍କୁ ଥଇଥାନର ଅଗ୍ରଗତି ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ପିଡି ସୁଦାମ ଚରଣ ମଣ୍ଡଳ ଅଧ୍ୟକ୍ଷତା କରିଥିଲେ । ଜିଲାର ୧୭ ସହରାଞ୍ଚଳରେ ୭୭ ବସ୍ତିକୁ ଚିହ୍ନଟ କରାଯାଇଥିଲା । ଏଥିରେ ବସବାସ କରୁଥିବା ୨୩୭୬ ପରିବାରଙ୍କୁ ଜାଗା ଯୋଜନାରେ ଜମି ଅଧିକାର ଦେବା ନିମନ୍ତେ ସ୍ଥିର ହୋଇଥିଲା। ସେଥିମଧ୍ୟଥିରୁ ୧୯୩୭ ପରିବାରକୁ ଜମି ଅଧିକାର ସମ୍ବନ୍ଧୀୟ ପଟ୍ଟା ପ୍ରଦାନ କରାଯାଇଛି । ଆହୁରି ୪୩୯ ପରିବାରକୁ ଏହି ଯୋଜନାରେ ଥଇଥାନ କରାଯିବାକୁ ବାକି ରହିଛି । ଏହା କିଭଳି ତ୍ୱରାନ୍ବିତ ହେବ ତାହା ଉପରେ ପିଡି ଗୁରୁତତ୍ୱାରୋପ କରିଥିଲେ ।
ମିଳିଥିବା ସୂଚନା ଅନୁସାରେ, ଆସିକା ଏନ୍‌ଏସିର ୧୩୧ ପରିବାର, ଭଞ୍ଜନଗର ଏନ୍‌ଏସିର ୧୩୯, ଗୋପାଳପୁର ଏନଏସିର ୫୫, ଗଞ୍ଜାମ ଏନଏସିର ୧୨, ସୋରଡା ଏନଏସିର ୫୭, ରମ୍ଭା ଏନଏସିର ୩୯ ଓ କୋଦଳା ଏନଏସିର ୬ ପରିବାର ଏହି ଯୋଜନାରେ ଜମି ଅଧିକାର ପାଇବାକୁ ବାକି ରହିଛନ୍ତି। ଅନ୍ୟପକ୍ଷରେ ଛତ୍ରପୁର ଏନଏସିର ୩ଟି ବସ୍ତିର ଲୋକେ ଅନ୍ୟ ସ୍ଥାନରେ ଜାଗା ପାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ବିଭିନ୍ନ ଏନ୍‌ଏସିିରେ ଏହି ଯୋଜନାରେ ସାମିଲ ହେବାରେ ଥିବା ବିଭିନ୍ନ ସମସ୍ୟା ଉପରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସମାଧାନକୁ ଗୁରୁତ୍ୱାରୋପ କରାଯାଇଥିଲା । ଏନ୍‌ଏସି ନିର୍ବାହୀ ଅଧିକାରୀ ଓ ତହସିଲଦାରଙ୍କ ମଧ୍ୟରେ ସମନ୍ବୟ ରଖି କାମ କରିଲେ ଏହି ଯୋଜନାର ସଫଳ ରୂପାୟନ ହେବ ବୋଲି କୁହାଯାଇଥିଲା। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ସମେତ ତହସିଲଦାର ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri