Posted inଖେଳ

ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍‌ ଟେଲର

ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି ବଲ ବାକି ରଖି ୪ ଉଇକେଟରେ ପରାସ୍ତ କରିଛି। ଟେଲର ୮୪ଟି ବଲ ଖେଳି ୧୦ ଚୌକା ଓ ୪ ଛକା ସହ ୧୦୯ ରନର ଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଶତକ ଅର୍ଜନ ପରେ ଟେଲର ନିଜ ଚିରାଚରିତ ଢଙ୍ଗରେ ଜିଭ କାଢି ସେଲିବ୍ରେଶନ କରିଥିଲେ। କେବଳ ଏହି ମ୍ୟାଚରେ ନୁହେଁ, ପୂର୍ବରୁ ମଧ୍ୟ ସେ ଶତକ ଅର୍ଜନ ପରେ ଜିଭ କାଢିଥାନ୍ତି। ଏହା ପଛରେ ଏକ କାରଣ ମଧ୍ୟ ରହିଛି। ୨୦୦୭ରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଲର ଜୀବନର ଦ୍ୱିତୀୟ ଏକଦିବସୀୟ ଶତକ ଲଗାଇଥିଲେ। ଏହି ମ୍ୟାଚରେ ବାରମ୍ବାର ସେ ଆଉଟ୍‌ ହେବାରୁ ବର୍ତ୍ତିଥିଲେ। ଅଷ୍ଟ୍ରେଲିଆ ଫିଲ୍ଡରମାନେ ତାଙ୍କ କ୍ୟାଚ୍‌ ଧରିପାରୁ ନ ଥିଲେ। ଯେତେଥର କ୍ୟାଚ୍‌ ମିସ୍‌ ହେଉଥିଲା ସେତେଥର ଟେଲର ଜିଭ କାଢୁଥିଲେ। ଟିଭିରେ ପିତାଙ୍କୁ ଜିଭ କାଢୁଥିବାର ଦେଖି କୁନି ଝିଅ ମ୍ୟାକେଞ୍ଜି ବହୁତ ଖୁସି ହେଉଥିଲେ। ଏହା ଜାଣିବା ପରଠାରୁ ଟେଲର ଶତକ ହାସଲ ପରେ ଜିଭ କାଢନ୍ତି। ଏବେ ତାଙ୍କ ପୁଅ ମଧ୍ୟ ପିତାଙ୍କ ଜିଭ କାଢିବାକୁ ବେଶ୍‌ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri