Posted inଖେଳ

ଜାଣନ୍ତୁ କେଉଁ ଟିମ୍‌ କେତୋଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି

ଭାରତ ଓ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ୍ସରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳାଯିବ। ଦୁଇ ଟିମ କ୍ରିକେଟ ଇତିହାସରେ ପ୍ରଥମଥର ଲାଗି ପିଙ୍କ ବଲରେ ଡେ/ନାଇଟ ଟେଷ୍ଟ କ୍ରିକେଟ ଖେଳିବାକୁ ଓହ୍ଲାଇବେ। ଭାରତ ଗସ୍ତରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳିବା ପାଇଁ ସୌରଭ ଗାଙ୍ଗୁଲି ବିସିବିକୁ ପ୍ରସ୍ତାବ ଦେଇଥିଲେ, ଯାହାକୁ ଆଜି ଭ୍ରମଣକାରୀ ବୋର୍ଡ ସ୍ବୀକାର କରିନେଇଛି।

ଏହା ଭାରତର ପ୍ରଥମ ଦିବାରାତ୍ର ଟେଷ୍ଟ ହେବ। ଭାରତୀୟ ଟିମ ପୂର୍ବରୁ ପିଙ୍କ ବଲରେ ଟେଷ୍ଟ ମ୍ୟାଚ ଖେଳିବା ପାଇଁ ରାଜି ନଥିଲା। ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ ଦିବାରାତ୍ର ଟେଷ୍ଟ ଖେଳିବା ନେଇ କ୍ୟାପଟେନ ବିରାଟ କୋହଲିଙ୍କୁ ରାଜି କରାଇଥିଲେ। ଏହା ପରେ ବଲ ବାଂଲାଦେଶ କୋର୍ଟରେ ଥିଲା। ଗାଙ୍ଗୁଲି ବହୁ ଆଗରୁ ପିଙ୍କ ବଲ କ୍ରିକେଟ ପାଇଁ ପ୍ରସ୍ତାବ ଦେଇ ଆସୁଛନ୍ତି। ସେ ୨୦୧୬-୧୭ରେ ଯେତେବେଳେ ବିସିସିଆଇ ଟେକ୍ନିକାଲ କମିଟିର ସଦସ୍ୟ ଥିଲେ, ସେତେବେଳେ ସେ ଘରୋଇ କ୍ରିକେଟରେ ପିଙ୍କ ବଲର ଉପଯୋଗ କରିବା ପାଇଁ ସୁପାରିସ କରିଥିଲେ। ଗାଙ୍ଗୁଲିଙ୍କ ମତରେ ଦିବାରାତ୍ର ଟେଷ୍ଟ ଦ୍ୱାରା ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟା ବୃଦ୍ଧି ପାଇବ।
ତେବେ ଆସନ୍ତୁ ଜାଣିବା କେଉଁ ଦେଶ କେତୋଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିିଛନ୍ତି
ଏପର୍ଯ୍ୟନ୍ତ ମୋଟ ୧୧ଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯାଇଛି।
ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଡିଲେଡରେ ୨୦୧୫ ନଭେମ୍ବର ୨୭ରୁ ୨୯ ମଧ୍ୟରେ ଖେଳାଯାଇଥିଲା।
ଅଷ୍ଟ୍ରେଲିଆ, ପାକିସ୍ତାନ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଇଂଲଣ୍ଡ ଏପର୍ଯ୍ୟନ୍ତ ୩-୩ଟି ଦିବାରାତ୍ର ଷ୍ଟେ ମ୍ୟାଚ୍‌ ଖେଳିସାରିଛନ୍ତି।
ନ୍ୟୁଜିଲାଣ୍ଡ, ସାଉଥ ଆଫ୍ରିକା ୨ଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଲିଥିବାବେଳେ ଜିମ୍ବାଓ୍ବେ ଗୋଟି ଖେଳିଛି।
ଅଷ୍ଟ୍ରେଲିଆରେ ୫ଟି, ୟୁଏଇରେ ୨ଟି, ଓ୍ବେଷ୍ଟଇଣ୍ଡିଜ, ନ୍ୟୁଜିଲାଣ୍ଡ, ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡରେ ଏପର୍ଯ୍ୟନ୍ତ ଗୋଟିଏ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯାଇଛି।

ଭାରତ, ବାଲାଂଦେଶ, ଆୟାରଲାଣ୍ଡ ଏବଂ ଆଫଗାନିସ୍ତାନ ଭଳି ଦେଶ ଏପର୍ଯ୍ୟନ୍ତ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri