ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ ବୁଧବାର ଲୋକାର୍ପିତ କରାଯାଇଛି। ସ୍ବର୍ଗତ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ କଟକ ମହାନଗର ନିଗମ(ସିଏମ୍‌ସି) ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଉକ୍ତ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି। ପ୍ରତିମୂର୍ତ୍ତିଟି ୭ ଫୁଟ ଉଚ୍ଚତା ବିଶିଷ୍ଟ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅନଙ୍ଗ କୁମାର ପଟ୍ଟନାୟକ ଏହାକୁ ଲୋକାର୍ପିତ କରିଥିଲେ। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ, କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ବିବୁଧେନ୍ଦ୍ର ମିଶ୍ର ଟ୍ରଷ୍ଟର ଆଇନଜୀବୀ ପ୍ରସନ୍ନ କୁମାର ନନ୍ଦ, ବିନୋଦ କୁମାର ପଟ୍ଟନାୟକ, ହାଇକୋର୍ଟ ବାର ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି, ସମ୍ପାଦକ ସଞ୍ଜୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri