ଜାତିଭିତ୍ତିକ ଜନଗଣନାକୁ ଅଠାଓ୍ବଲେଙ୍କ ସମର୍ଥନ: ଏସ୍‌ସି/ଏସ୍‌ଟିଙ୍କ ବିରୋଧରେ ହେଉଥିବା ନିର୍ଯାତନାକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୯ା୨(ବ୍ୟୁରୋ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ନିର୍ଯାତନା ନିବାରଣ ଆଇନ ୧୯୮୯କୁ କଡ଼ାକଡ଼ି ଲାଗୁ କରାଗଲେ ଦଳିତମାନଙ୍କ ଉପରେ ହେଉଥିବା ଅତ୍ୟାଚାର କମିବ। ଓଡ଼ିଶାରେ ୨୦୧୮ରେ ୨୩୨୦ ଓ ୨୦୧୯ ବର୍ଷରେ ୨୪୬୯ଟି ଦଳିତ ନିର୍ଯାତନା ମାମଲା ରୁଜୁ ହୋଇଛି। ବ୍ୟାପକ ସାମାଜିକ ସଚେତନତା ସତ୍ତ୍ୱେ ଏପରି ମାମଲା ବୃଦ୍ଧି ପାଇବାକୁ ନେଇ ସେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଶନିବାର ରାଜ୍ୟ ଅତିଥି ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ସାମାଜିକ ସମତା ଆଣିବା ପାଇଁ ସବର୍ଣ୍ଣ-ଅସବର୍ଣ୍ଣ ବିବାହକୁ ପ୍ରୋତ୍ସାହନ ଦେବା ଆବଶ୍ୟକ ା ଆନ୍ତଃ ଜାତି ବିବାହ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯାଉଥିବା ସ୍ଥଳେ ବିଧିବଦ୍ଧ ଆବେଦନ କରାଗଲେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ଅତିରିକ୍ତ ଅଢ଼େଇ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦିଆଯିବ। ସାରା ଦେଶରେ ବାର୍ଷିକ ୧ ଲକ୍ଷରୁ ଅଧିକ ଆନ୍ତଃ ଜାତି ବିବାହ ହେଉଛି ବୋଲି ସେ କହିଛନ୍ତି । ତେବେ କେତେକ କ୍ଷେତ୍ରରେ କେବଳ ଅର୍ଥ ହାସଲ କରିବା ଲାଗି ଆନ୍ତଃ ଜାତି ବିବାହ କରାଯାଉଥିବା ଦେଖିବାକୁ ମିଳିଛି। ଏପରି ମାମଲା ପ୍ରତି ରାଜ୍ୟ ସରକାର ବିଶେଷ ଦୃଷ୍ଟି ଦେବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ। ଆସନ୍ତା ଜନଗଣନା ବେଳେ ଜାତିଭିତ୍ତିକ ଜନଗଣନା ହେବା ଦରକାର । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ପ୍ରସ୍ତାବ ଦେଇଛନ୍ତି ତାହାକୁ ମୋର ସମର୍ଥନ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ଓଡ଼ିଶାରେ ୧ଲକ୍ଷ ୩୯ ହଜାରରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କୁ ପ୍ରାକ୍‌ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଉଥିବା ବେଳେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ଯୋଗାଇ ଦିଆଯାଉଛି। ଅନୁସୂଚିତଜାତି ଓ ଜନଜାତିଙ୍କ କଲ୍ୟାଣ ପାଇଁ ଗତ ଦୁଇଟି ଆର୍ଥିକ ବର୍ଷରେ ୮୩କୋଟି ଟଙ୍କା ଲେଖାଏ ଅନୁଦାନ ଯୋଗାଇ ଦିଆଯାଇଛି। ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କ ପାଇଁ ୬ ହଜାର ଛାତ୍ରାବାସ ନିର୍ମାଣ କରାଯାଇଛି ା କେନ୍ଦ୍ର ସରକାର ଦିବ୍ୟାଙ୍ଗ ସଶକ୍ତୀକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଅଠାୱଲେ କହିଛନ୍ତି। ସରକାର ଦିବ୍ୟାଙ୍ଗଙ୍କ ପାଇଁ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ୩ରୁ ୪% ଏବଂ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣକୁ ୪ରୁ ୫%କୁ ବୃଦ୍ଧି କରିଛନ୍ତି। ଦିବ୍ୟାଙ୍ଗଙ୍କ କଲ୍ୟାଣ ଉଦ୍ଦେଶ୍ୟରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ସୁଗମ୍ୟ ଭାରତ ଯୋଜନା ଆରମ୍ଭ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ା
ନାଗରିକତା ସଂଶୋଧନ ଆଇନ (ସିଏଏ) ନାଗରିକତ୍ୱ ଛଡ଼ାଇବା ପାଇଁ ନୁହେଁ ବରଂ ପ୍ରଦାନ ପାଇଁ ଉଦ୍ଦିଷ୍ଟ । ଏହା ନାଗରିକମାନଙ୍କ ସ୍ବାର୍ଥ ପାଇଁ ହୋଇଥିଲେ ମଧ୍ୟ କଂଗ୍ରେସ ସମେତ ଅନ୍ୟ କେତେକ ବିରୋଧୀ ଦଳ ଲୋକଙ୍କୁ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରିବା ଯୋଗୁ ଦେଶରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହେଉଛି। ଏନଆରସି କିମ୍ବା ଜାତୀୟ ନାଗରିକ ପଞ୍ଜିକା କେବଳ ଆସାମ ପାଇଁ ଉଦ୍ଦିଷ୍ଟ, ଏଥିନେଇ କୌଣସି ଦ୍ୱିମତ ନାହିଁ ବୋଲି ସେ କହିଛନ୍ତି। ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସବ୍‌କା ସାଥ, ସବ୍‌କା ବିକାଶ ଓ ସବ୍‌କା ବିଶ୍ୱାସ ଭାବନା ନେଇ କାମ କରୁଛନ୍ତି। ମୁସଲମାନମାନେ କେନ୍ଦ୍ର ସରକାରଙ୍କ ପ୍ରତି ବିଶ୍ୱାସ ରଖିବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

୨୦୨୨ରେ ଦେଶ ସ୍ବାଧୀନତାର ୧୫୦ ବର୍ଷ ପୂର୍ତ୍ତି ହେଉଥିବାରୁ ସମସ୍ତଙ୍କୁ ପକ୍କାଘର ଯୋଗାଇବା ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ଅଧିକ ସଂଖ୍ୟକ ପଛୁଆବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସବର୍ଣ୍ଣଙ୍କ କଲ୍ୟାଣ ପାଇଁ ମଧ୍ୟ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ଆର୍ଥିକ ଦୁର୍ବଳ ଶ୍ରେଣୀର ସାଧାରଣବର୍ଗଙ୍କ ପାଇଁ ମଧ୍ୟ ୧୦% ସଂରକ୍ଷଣ ଘୋଷଣା କରାଯାଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?