ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀ: ଭାରତର ପକ୍ଷ ରଖିବେ ମୋଦି

ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଆମେରିକାର ନ୍ୟୁୟର୍କରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ସୋମବାର ହେବ। ଏଥିରେ ଯୋଗଦେବା ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ବିଶ୍ୱନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ ପକ୍ଷ ରଖିବେ। ମୋଦିଙ୍କ ଭାଷଣରେ ଏହି କ୍ଷେତ୍ରରେ ଭାରତର ସଫଳତା ଓ ଯୋଜନା ମୁଖ୍ୟ ବିଷୟ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି।
ପରିବର୍ତ୍ତନଜନିତ ସବୁଜଗୃହ ବାଷ୍ପ ଉତ୍ସର୍ଜନକୁ ଆସନ୍ତା ଦଶନ୍ଧି ମଧ୍ୟରେ ୪୫% ହ୍ରାସ ଓ ୨୦୫୦ ସୁଦ୍ଧା ଶୂନ୍ୟ ନିର୍ଗମନ ପାଇଁ ଲକ୍ଷ୍ୟ ରଖାଯାଇଛି। ତେଣୁ ୨୦୨୦ ସୁଦ୍ଧା ଏହି କ୍ଷେତ୍ରରେ କେଉଁ ଦେଶର କ’ଣ ଅବଦାନ ରହିବ ତାକୁ ନେଇ ନିର୍ଦ୍ଦିଷ୍ଟ ଓ ବାସ୍ତବବାଦୀ ଯୋଜନା ସମ୍ପର୍କରେ ବିଶ୍ୱନେତାମାନେ ନିଜ ନିଜ ବକ୍ତବ୍ୟ ରଖିବେ। ଏହି ସମ୍ମିଳନୀ ସରକାର, ଘରୋଇ କ୍ଷେତ୍ର, ସିଭିଲ ସୋସାଇଟି, ସ୍ଥାନୀୟ କର୍ତ୍ତୃପକ୍ଷ ଓ ଅନ୍ୟ ଆନ୍ତର୍ଜାତିକ ସଙ୍ଗଠନଗୁଡ଼ିକୁ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଏକାଠି କରିବ। ଏହି ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି, ‘ଏ ରେସ୍‌ ଓ୍ବି କ୍ୟାନ୍‌ ଓ୍ବିନ୍‌, ଏ ରେସ୍‌ ଓ୍ବି ମଷ୍ଟ ଓ୍ବିନ୍‌’। ଏଥିରେ ଯୋଗଦେବା ପାଇଁ ଶତାଧିକ ଦେଶ ପକ୍ଷରୁ ଆବେଦନ କରାଯାଇଥିବାବେଳେ ସେଥିମଧ୍ୟରୁ ଅଧା ରାଷ୍ଟ୍ରର ଆବେଦନ ଖାରଜ ହୋଇଯାଇଛି। ପ୍ରାୟ ୬୦ ରାଷ୍ଟ୍ରମୁଖ୍ୟଙ୍କୁ ଏଥିରେ ସାମିଲ ହେବା ପାଇଁ ସୁଯୋଗ ଦିଆଯାଇଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ଶନିବାର ନ୍ୟୁୟର୍କରେ ଜାତିସଂଘ ପକ୍ଷରୁ ଯୁବ ଜଳବାୟୁ ସମ୍ମିଳନୀର ଅୟୋଜନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri