ଜାତିସଂଘକୁ ସୋଲାର ପାର୍କ ଉପହାର

ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଜାତିସଂଘ ଦ୍ୱାରା ଜାରି ସ୍ମାରକୀ ଷ୍ଟାମ୍ପ୍‌କୁ ପ୍ରଧାନମନ୍ତ୍ରୀ ଅନ୍ୟ ନେତାମାନଙ୍କ ଗହଣରେ ଉନ୍ମୋଚନ କରିଥିଲେ। ଅକ୍ଷୟ ଶକ୍ତି ପାଇଁ ଭାରତର ଉଦ୍ୟମ ଉପରେ ମୋଦି ଗୁରୁତ୍ୱାରୋପ କରିଥିଲେ। ସମସାମୟିକ ବିଶ୍ୱରେ ଗାନ୍ଧିଜୀଙ୍କ ପ୍ରଭାବ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଥିଲେ, ଗାନ୍ଧିଜୀଙ୍କୁ ଆଦୌ ଭେଟି ନ ଥିବା ବ୍ୟକ୍ତି ମଧ୍ୟ ତାଙ୍କ ଜୀବନୀ ଦ୍ୱାରା ଗଭୀର ଭାବେ ପ୍ରଭାବିତ। ମାର୍ଟିନ ଲୁଥର କିଙ୍ଗ ଜୁନିୟର ଏବଂ ନେଲସନ ମଣ୍ଡେଲାଙ୍କ ପ୍ରତିଷ୍ଠାର ମୂଳ ଆଧାର ଗାନ୍ଧିଜୀ ଓ ତାଙ୍କ ଦୂରଦୃଷ୍ଟି ଥିଲା। ଏବେ ଗଣତନ୍ତ୍ର କହିଲେ ଜନସାଧାରଣଙ୍କ ଦ୍ୱାରା ନିର୍ବାଚିତ ସରକାର ଏବଂ ସେମାନଙ୍କ ଆଶା ଆକାଂକ୍ଷାକୁ ନେଇ କାର୍ଯ୍ୟ କରୁଥିବା ସରକାରକୁ ବୁଝାଉଛି। କିନ୍ତୁ ଗାନ୍ଧିଜୀ ଗଣତନ୍ତ୍ରର ପ୍ରକୃତ ଶକ୍ତି ଉପରେ ଗୁରୁତ୍ୱ ଦେଉଥିଲେ। ସେ ଲୋକଙ୍କୁ ସରକାରଙ୍କ ଉପରେ ନିର୍ଭରଶୀଳ ନ ହୋଇ ଆତ୍ମନିର୍ଭରଶୀଳ ହେବାକୁ ଶିକ୍ଷା ଦେଉଥିଲେ ବୋଲି ଜାତିସଂଘରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି। ଜଳବାୟୁ ପରିବର୍ତ୍ତନ ହେଉ, କି ଆତଙ୍କବାଦ, ଦୁର୍ନୀତି ହେଉ କିମ୍ବା ସାଧାରଣ ଜୀବନରେ ସ୍ବାର୍ଥପରତା ହେଉ, ଗାନ୍ଧିଜୀଙ୍କ ଚିନ୍ତାଧାରା ଆମକୁ ମାର୍ଗଦର୍ଶନ ଦେଇଆସିଛି। ଗାନ୍ଧିଜୀଙ୍କ ପ୍ରଦର୍ଶିତ ମାର୍ଗ ଆମକୁ ଏକ ଉତ୍ତମ ବିଶ୍ୱ ଆଡ଼କୁ ଆଗେଇନେବ ବୋଲି ମୋଦି ବିଶ୍ୱାସ ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri