Posted inଖେଳ

ଜାତୀୟ କରାଟେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୬(ସ୍ପୋଟର୍‌ସ ବ୍ୟୁରୋ)- ଦିଲ୍ଲୀର ତାଲକୋଟ୍ରା ଇନ୍‌ଡୋର ଷ୍ଟାଡିୟମରେ ସମାପ୍ତ ହୋଇଥିବା ଜାତୀୟ ସବ୍‌ଜୁନିୟର ଓ ସିନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶାରୁ ମୋଟ୍‌ ୪୮ ଜଣ ପ୍ରତିଯୋଗୀ ଓ ୪ଜଣ କୋଚ୍‌ ଅଂଶଗ୍ରଂହଣ କରିଥିଲେ। ସେମାନଙ୍କ ମଧ୍ୟରୁ ମଧୁପ୍ରିୟା, ରିତେଶ ଓ ଅର୍ପିତା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ଅନୁପମାଙ୍କୁ ରୌପ୍ୟ ମିଳିଥିଲା। ସେହିଭଳି ସୁସ୍ମିତା, ସିନ୍ଧୁ ତନୟା, ଅନୁପମା (ଟିମ୍‌ କାଟା), ତ୍ରିଲୋଚନ ରଣା ଓ ମନୋଜ ବେହେରା ବ୍ରୋଞ୍ଜ ପଦକ ପାଇଛନ୍ତି। ଏହି ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ରବିବାର ରାଜ୍ୟ କରାଟେ ସଂଘ (ଓଏସ୍‌କେଏ)ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
ପ୍ରତିଯୋଗୀ ଓ କୋଚ୍‌ମାନଙ୍କୁ ଓଏସ୍‌କେଏ ପକ୍ଷରୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ସେହିଭଳି ଓଏସ୍‌କେଏ ଓ ରାଜ୍ୟ କରାଟେ ସଂଘର ସିନିୟର ପ୍ରଶିକ୍ଷକଙ୍କ ଦ୍ୱାରା ପ୍ରତ୍ୟେକ ପିଲାଙ୍କ ଖର୍ଚ୍ଚ ସହ କୃତୀ ପ୍ରତିଯୋଗୀଙ୍କୁ ଯଥାକ୍ରମେ ୫୦୦୦ (ସ୍ବର୍ଣ୍ଣ ବିଜେତା), ୪୦୦୦ (ରୌପ୍ୟ) ଓ ୨୦୦୦ (ବ୍ରୋଞ୍ଜ) ଟଙ୍କା ପ୍ରଦାନ କରାଯାଇଥିଲା। ଓଏସ୍‌କେଏର ସିନିୟର ପ୍ରଶିକ୍ଷକ ସେନ୍‌ସେଇ ସୌମ୍ୟରଞ୍ଜନ ଦାସଙ୍କ ତରଫରୁ ପ୍ରତ୍ୟେକ କୃତୀ ପ୍ରତିଯୋଗୀଙ୍କୁ ୧୦୦୦ ଟଙ୍କା ଦିଆଯାଇଥିଲା। ଏହି ପ୍ରତିଯୋଗିତା ସମୟରେ କରାଟେ ଆସୋସିଏଶନ ଅଫ୍‌ ଇଣ୍ଡିଆ (କାଇ) ପକ୍ଷରୁ ରାଜ୍ୟ ସଂଘର ସମ୍ପାଦକ ତଥା କାଇର ଟେକ୍‌ନିକାଲ ଡିରେକ୍ଟର ଡ. ହରିପ୍ରାସଦ ପଟ୍ଟନାୟକଙ୍କୁ ଡାନ୍‌ ତଥା ଇଷ୍ଟଜୋନର ସଭାପତି ପଦ ମିଳିଥିବାରୁ ଓଏସ୍‌କେଏ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri