ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯିବା ଫଳରେ ଏକଦୃଷ୍ଟିହୀନ ଏସୁନ୍ଦର ସଂସାରକୁ ଦେଖିପାରେ । ସେଥିପାଇଁ ମୃୃତ୍ୟୁ ପରେ ଚକ୍ଷୁକୁ ଜାଳିଦେବା କି ପୋତିଦେବା ବଦଳରେ ତାକୁ ଦାନ କରିବା ଉଚିତ। ଭାରତର ପ୍ରାୟ ୩୦ ଲକ୍ଷ ଲୋକ ସ୍ବଚ୍ଛ ପଟଳ ଅନ୍ଧତ୍ୱର ଶିକାର ଅଟନ୍ତି । ସେମାନଙ୍କ ମଧ୍ୟରେ ପ୍ରାୟ ୬୦ ପ୍ରତିଶତ ହେଉଛନ୍ତି ଯୁବକ ଏବଂ ୧୨ ବର୍ଷରୁ କମ୍‌ ବୟସ୍କ । ଏଣୁ ସମସ୍ତେ ଚକ୍ଷୁଦାନ କରି ଦେଶରୁ ଅନ୍ଧତ୍ୱ ଦୂର କରିବା ଆବଶ୍ୟକ ବୋଲି ବୁଧବାର ଜାତୀୟ ଚକ୍ଷୁଦାନ ପକ୍ଷ ପାଳନ ଅବସରରେ ମତ ପ୍ରକାଶ ପାଇଛି।
ଏହି ଅବସରରେ ସକାଳେ ଜଞ୍ଜାମ ଜିଲା ସ୍ଥାନୀୟ ଗାନ୍ଧି ମାର୍କେଟ୍‌ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା। ଏସ୍‌ଏନ୍‌ଟି ରୋଡ୍‌, ଗିରିଜା ଛକ, ବିଏମ୍‌ସି କାର୍ଯ୍ୟାଳୟ, ଡାଇମଣ୍ଡଟ୍ୟାଙ୍କ୍‌ ରୋଡ୍‌, ସାନବଜାର, ହନୁମାନ ବଜାର ଛକ ହୋଇ ପୁଣି ଥରେ ଗାନ୍ଧି ମାର୍କେଟ୍‌ ଠାରେ ପହଞ୍ଚିଥିଲା । ଏହାକୁ ଫୋରମ୍‌ ଫର୍‌ ଗଞ୍ଜାମର ସୁଧୀର ରାଉତ ଏବଂ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ଚକ୍ଷୁ ବିଭାଗର ମୁଖ୍ୟ ଡା. ସୁଚିତ୍ରା ଦାସ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri