Posted inଖେଳ

ଜାତୀୟ ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)-ମଥୁରାର ଜିଏଲଏ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ଟେନିସ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛି। ଫାଇନାଲରେ ଓଡ଼ିଶା ୯ ରନରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି। ଏହାକୁ ମିଶାଇ ଓଡ଼ିଶା ୨ୟଥରପାଇଁ ଟାଇଟଲ ହାସଲ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ନିର୍ଦ୍ଧାରିତ ୧୦ ଓଭରରେ ୮ ଉଇକେଟ ହରାଇ ୬୫ ରନ କରିଥିଲା। ଜବାବରେ ଝାଡ଼ଖଣ୍ଡ ୯.୧ ଓଭରରେ ୫୬ ରନ କରି ଅଲଆଉଟ ହୋଇ ଯାଇଥିଲା। ୨ ଓଭରରେ ୮ ରନ ବିନିମୟରେ ୩ ଉଇକେଟ ହାସଲ କରିଥିବା ଓଡ଼ିଶାର ହିତେଶ ରାଉତ ଫାଇନାଲର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଓଡ଼ିଶାର ସ୍ମୃତି ଚନ୍ଦନ ଦାସ ମୋଟ ୧୫୩ ରନ ଏବଂ ୮ ଉଇକେଟ ହାସଲ କରି ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଥିଲେ। କ୍ୱାର୍ଟର ଫାଇନାଲରେ ମୁମ୍ବାଇକୁ ୬୫ ରନରେ ହରାଇ ସେମି ଫାଇନାଲରେ ପ୍ରବେଶ କରିଥିବା ଓଡ଼ିଶା ପ୍ରଥମ ସେମିଫାଇନାଲରେ ୮୬ ରନରେ ମହାରାଷ୍ଟ୍ରକୁ ପରାସ୍ତ କରିଥିଲା। ଏହି ସଫଳତା ପାଇଁ ଓଡ଼ିଶା ଟେନିସ କ୍ରିକେଟ ଆସୋସିଏଶନ ସଭାପତି ଅବିନାଶ ସାହୁ, ଉପସଭାପତି ଦୀପକ ହଂସ, ମହମ୍ମଦ ଆଜାମ, ରାଜେନ୍ଦ୍ର ମହାରଣା, ଦେବବ୍ରତ ସାହୁ, ସାଧାରଣ ସମ୍ପାଦକ ରିଣ୍ଟୁ ମିତ୍ର, ଯୁଗ୍ମ ସମ୍ପାଦକ ସୋଭେନ ମହାରଣା, କୋଷାଧ୍ୟକ୍ଷ ରାଗିଣୀ ମିତ୍ର, ପରାମର୍ଶଦାତା ଅଖିଳେଶ୍ୱର ତିଓ୍ବାରୀ ଓ ବାରିଜରଞ୍ଜନ ମହାନ୍ତି ଓଡ଼ିଶା ଦଳକୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri