ଜାତୀୟ ପୁରସ୍କାର ପାଇବେ ଓଡ଼ିଶାର ୮ ହସ୍ତଶିଳ୍ପୀ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ତଥା ଓଡ଼ିଆ କାରିଗରଙ୍କ କଳାକୃତି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ସୁନାମ ଅର୍ଜନ କରିଛି। ଇତିମଧ୍ୟରେ ଓଡ଼ିଶାର ମୋଟ ୧୮୦ ହସ୍ତଶିଳ୍ପ କାରିଗର ଜାତୀୟସ୍ତରରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେମାନଙ୍କ ମଧ୍ୟରୁ ୪ ପଦ୍ମ ପୁରସ୍କାର ଏବଂ ୧୧ ସମ୍ମାନଜନକ ଶିଳ୍ପୀଗୁରୁ ପୁରସ୍କାର ହାସଲ କରିଛନ୍ତି। ଏହି କ୍ରମରେ ୨୦୧୭ ବର୍ଷ ପାଇଁ ଓଡ଼ିଶାର ୮ ହସ୍ତଶିଳ୍ପୀ କାରିଗର ଜାତୀୟ ହସ୍ତଶିଳ୍ପ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜାତୀୟ ହସ୍ତଶିଳ୍ପ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାବେଳେ ୩ ଜାତୀୟ ‘କୃତୀ’ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ‘ତାଳପତ୍ର ଖୋଦେଇ(କୃଷ୍ଣଲୀଳା)’ ପାଇଁ ଶିଳ୍ପୀ ବିରଞ୍ଚତ୍ ନାରାୟଣ ବେହେରା, ପଥର ଖୋଦେଇ(କନ୍ଦର୍ପ ହସ୍ତୀ) ଲାଗି ଶିଳ୍ପୀ ରାକେଶ କୁମାର ମହାରଣା, ନଡ଼ାଶିଳ୍ପ(କନ୍ଦର୍ପ ରଥ) କାରିଗର ପ୍ରଦୀପ କୁମାର ନାୟକ, ପଟ୍ଟଚିତ୍ର(କୃଷ୍ଣଲୀଳା) ପାଇଁ ସବିତା ମହାପାତ୍ର, ଟସର ପେଣ୍ଟିଂ(ଠିଆ ବଢ଼ିଆ) ଲାଗି ଶିଳ୍ପୀ ସ୍ବର୍ଣ୍ଣଲତା ମହାପାତ୍ର ଜାତୀୟ ପୁରସ୍କାର ବିଜୟୀ ହୋଇଛନ୍ତି। ସେହିଭଳି ମୁକୁନ୍ଦ ରଣା, ରଘୁ ରଣା ଏବଂ ଅପରାଜିତା ପରିଡ଼ା ‘କୃତୀ’ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ମୃତ୍ତିକା ଶିଳ୍ପରେ ‘ମା’ଦୁର୍ଗା ଭସାଣି’ ପାଇଁ ମୁକୁନ୍ଦ ରଣା ଏବଂ ‘ତୁଳସୀ ଚଉରା’ ପାଇଁ ରଘୁ ରଣା, ପଟ୍ଟଚିତ୍ରରେ ‘କୃଷ୍ଣଲୀଳା’ କଳାକୃତି ନିମନ୍ତେ ଅପରାଜିତା ପରିଡ଼ା ପୁରସ୍କୃତ ହେବେ। ଗୋଟିଏ ବର୍ଷରେ ଓଡ଼ିଶାର ଏତେ ସଂଖ୍ୟକ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ପାଇବା ଏକ ଉଲ୍ଲେଖନୀୟ ସଫଳତା ବୋଲି ବିବେଚନା କରାଯାଉଛି। ତେବେ ଓଡ଼ିଶାରୁ ୨୦୦୯ ବର୍ଷ ପାଇଁ ୬ଜଣ, ୨୦୧୦ ପାଇଁ ୫ଜଣ, ୨୦୧୧ରେ ୫ଜଣ, ୨୦୧୨ରେ ୪ଜଣ, ୨୦୧୩ରେ ୨ଜଣ, ୨୦୧୪ରେ ଜଣେ ଏବଂ ୨୦୧୫ରେ ୪ ଜଣ ହସ୍ତଶିଳ୍ପୀ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲା ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri