Posted inଖେଳ

ଜାତୀୟ ପୁରୁଷ ହକି କୋଚିଂ କ୍ୟାମ୍ପରେ ୫ ଓଡ଼ିଆ

ନୂଆଦିଲ୍ଲୀ, ୮।୭- ବେଙ୍ଗାଲୁରୁ ସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) କ୍ୟାମ୍ପସରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଜାତୀୟ ପୁରୁଷ ହକି ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୩୪ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ଘୋଷଣା କରିଛି। ୬ ସପ୍ତାହ ଧରି ଚାଲିବାକୁ ଥିବା ଏହି ଶିବିର ଅଗଷ୍ଟ ୧୧ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଶିବିର ପରେ ଭାରତୀୟ ଦଳ ଜାପାନ ଗସ୍ତ କରି ୨୦୨୦ ଟୋକିଓ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟରେ ଅଂଶଗ୍ରହଣ କରିବ। ଅଗଷ୍ଟ ୧୭ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଇଭେଣ୍ଟରେ ଭାରତ ସମେତ ଆୟୋଜକ ଜାପାନ, ମାଲେସିଆ ଓ ନ୍ୟୁଜିଲାଣ୍ଡ ଭାଗନେବେ। ଘୋଷିତ ତାଲିକାରେ ବହୁ ଅଭିଜ୍ଞ ଓ ଯୁବ ଖେଳାଳି ସାମିଲ ହୋଇଛନ୍ତି। ଏହି ତାଲିକାରେ ୫ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଅଭିଜ୍ଞ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା, ଡ୍ରାଗ୍‌ ଫ୍ଲିକର ଅମିତ ରୋହିଦାସ, ଯୁବ ଡିଫେଣ୍ଡର ନୀଲମ ସଞ୍ଜୀପ ଖେସ, ଆଶିଷ କୁମାର ଟପ୍ନୋ ଓ ଶିଳାନନ୍ଦ ଲାକ୍ରା।
ଘୋଷିତ ତାଲିକା:
ଗୋଲ କିପର- ପି.ଆର. ଶ୍ରୀଜେସ୍‌, ସୁରଜ କରକେରା, କ୍ରିଷନ ବାହାଦୁର ପାଠକ।
ଡିଫେଣ୍ଡର-ହରମନପ୍ରୀତ ସିଂ, ବୀରେନ୍ଦ୍ର ଲାକ୍ରା, ସୁରେନ୍ଦର କୁମାର, ଅମିତ ରୋହିଦାସ, ବରୁନ କୁମାର, ରୁପିନ୍ଦର ପାଲ ସିଂ, ଗୁରିନ୍ଦର ସିଂ, କୋଥାଜିତ୍‌ ସିଂ ଖଡଙ୍ଗବାମ, ନୀଲମ ସଞ୍ଜୀପ ଖେସ୍‌, ଜରମନପ୍ରୀତ୍‌ ସିଂ।
ମିଡ୍‌ଫିଲ୍ଡର-ମନପ୍ରୀତ ସିଂ, ସୁମିତ, ନୀଳକାନ୍ତ ଶର୍ମା, ଯଶକରନ ସିଂ, ହାର୍ଦ୍ଦିକ ସିଂ, ବିବେକ ସାଗର ପ୍ରସାଦ, ଆଶିଷ କୁମାର ଟପ୍ନୋ, ୟସଦୀପ ସିଓ୍ବାଚ୍‌, ସୟଦ ନିୟାଜ ରହିମ, ରାଜ କୁମାର ପଲ।
ଫରଓ୍ବାଡର୍‌ସ- ମନଦୀପ ସିଂ, ଆକାଶଦୀପ ସିଂ, ଶିଳାନନ୍ଦ ଲାକ୍ରା, ଗୁରସାହିବଜିତ୍‌ ସିଂ, ଶମସେର ସିଂ, ଅରମାନ କୁରେସି, ସୁମିତ କୁମାର, ସିମରନଜିତ୍‌ ସିଂ,ଏସ୍‌ଭି ସୁନୀଲ, ଗୁରଜନ୍ତ ସିଂ ରମନଦୀପ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri