Posted inଖେଳ

ଜାତୀୟ ବାସ୍କେଟବଲ ଶିବିରରେ ଫୟାଜ୍‌

କଟକ ଅଫିସ, ୧।୬- ୧୬ବର୍ଷରୁ କମ୍‌ ଜାତୀୟ ବାସ୍କେଟବଲ ଶିବିରରେ ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ସ୍ଥାନ ପାଇଛନ୍ତି ସେଖ୍‌ ଫୟାଜ। ବେଙ୍ଗାଲୁରୁ ବିଦ୍ୟାନଗରସ୍ଥିତ ଜୟପ୍ରକାଶ ନାରାୟଣ ଜାତୀୟ ଯୁବ କେନ୍ଦ୍ର ବାସ୍କେଟବଲ ଏକାଡେମୀ ଠାରେ ଜୁନ ୩ରୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଏହି ଶିବିର ଅନୁଷ୍ଠିତ ହେବ। ଜୁଲାଇ ୩ରୁ ବାଂଲାଦେଶର ଢାକାଠାରେ ହେବାକୁ ଥିବା ସାବା ଚାମ୍ପିୟନଶିପ୍‌ ନିମନ୍ତେ ଏହି ଶିବିରରୁ ଖେଳାଳି ବଛାଯିବେ। ତେବେ ତାମିଲନାଡୁରେ ଶେଷ ହୋଇଥିବା ଜାତୀୟ ୟୁଥ୍‌ ବାସ୍କେଟବଲ ଚାମ୍ପିୟନଶିପ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ଜାତୀୟ ଚୟନକର୍ତ୍ତାଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି କଟକ ଗହ୍ମାଡିଆ ନ୍ୟୁ କଲୋନୀରେ ରହୁଥିବା ଫୟାଜ। ପିତା ସେଖ ଅବଦୁଲ ରଫିକ୍‌ ଓ ମା’ ନାହିଦା ବେଗମ୍‌ଙ୍କ ଏକମାତ୍ର ପୁଅ ଫୟାଜ ନ୍ୟୁ ଷ୍ଟିୱାର୍ଟ ସ୍କୁଲର ୯ମ ଶ୍ରେଣୀର ଛାତ୍ର ଅଟନ୍ତି। ଫୟାଜ ଜୁନିୟର ବର୍ଗରେ ଓଡ଼ିଶାର ଜଣେ ଚାମ୍ପିୟନ ସୁଇମର ମଧ୍ୟ। ୨୦୧୫ ମସିହା ରାଜ୍ୟ ସନ୍ତରଣ ପ୍ରତିଯୋଗିତାରେ ସେ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ୨୦୧୬ ଓ ୨୦୧୭ ମସିହାରେ ମଧ୍ୟ ଫୟାଜଙ୍କ ପ୍ରଦର୍ଶନ ଆକର୍ଷଣୀୟ ରହିଥିଲା। ୨୦୧୮ ମସିହାରୁ ସେ ବାସ୍କେଟବଲ ଖେଳ ପ୍ରତି ମନ ବଳାଇବା ସହ କୋଚ୍‌ ଶଶିକାନ୍ତ ନାୟକଙ୍କ ପାଖରେ ପ୍ରଶିକ୍ଷଣ ନେଉଛନ୍ତି। ଜାତୀୟ ଶିବିରରେ ଭଲ ପ୍ରଦର୍ଶନ କରି ଜାତୀୟ ଦଳରୁ ପ୍ରତିନିଧିତ୍ୱ କରିବାର ସ୍ବପ୍ନ ରହିଛି ବୋଲି ଫୟାଜ ନିଜ ପ୍ରତିକ୍ରିୟାରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri