ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଗତବର୍ଷ ମେ ମାସ ସୁଦ୍ଧା ଜିଲାରେ ୩୫୭ଟି ସଡକ ଦୁର୍ଘଟଣା ଘଟିଥିଲା। ଚଳିତ ବର୍ଷ ମେ ମାସ ସୁଦ୍ଧା ୩୪୨ଟି ସଡକ ଦୁର୍ଘଟଣା ଘଟିଥିବା ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଜୟ କୁମାର ବିଶ୍ୱାଳ ସୂଚନା ଦେଇଥିଲେ ା ବେପାରୁଆ ଗାଡିଚାଳନା, ଟ୍ରାଫିକ ନିୟମ ନ ମାନିବା, କମ୍‌ ବୟସର ପିଲାମାନେ ଗାଡି ଚଳାଇବା ଆଦି ଦୁର୍ଘଟଣାର ପ୍ରମୁଖ କାରଣ ବୋଲି କୁହାଯାଇଥିଲା। ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପରେ ହେଲମେଟ୍‌ ନାହିଁ ତ ପେଟ୍ରୋଲ ନାହିଁ ବୋର୍ଡ ଓ ସିସି କ୍ୟାମେରା ଲଗାଇବା ପାଇଁ ମାଲିକମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସିସି କ୍ୟାମେରାର ଫୁଟେଜ୍‌କୁ ଆଧାର କରି ତାଙ୍କଠାରୁ ଜରିମାନା ଆଦାୟ କରାଯିବ। ସ୍କୁଲ ଖୋଲିବା ମାତ୍ରେ ଛାତ୍ରୀଛାତ୍ରମାନଙ୍କୁ ନେବା ଆଣିବା କରୁଥିବା ବସ୍‌, ଅଟୋରିକ୍ସା ଗୁଡିକ ଠିକ୍‌ ଅଛି କି ନାହିଁ ତାହା ତନଖି କରିବାକୁ ଜିଲାପାଳ କହିଥିଲେ ା ଛାତ୍ରୀଛାତ୍ରମାନେ ନିଜେ କିପରି ନିଜର ଯତ୍ନ ନେଇପାରିବେ ସେ ବିଷୟରେ ସେମାନଙ୍କୁ ସଚେତନ କରାଯିବ। ଏଥିସହ ପିଲାମାନେ ମଧ୍ୟ ନିଜ ଅଭିଭାବକଙ୍କୁ ହେଲମେଟ୍‌ ବ୍ୟବହାର କରିବାକୁ ଜଣାଇବେ ା ଭାଙ୍ଗି ଯାଇଥିତ୍ବା ରାସ୍ତା ଗୁଡିକର ମରାମତି ଓ ପୁନରୁଦ୍ଧାର କରାଯିବା ଉପରେ ଜିଲାପାଳ ଗୁରୁତ୍ୱ ଆରୋପ କରିଥିଲେ। ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ ଗୁଡିକର ବୁଲାଣି ରାସ୍ତାରେ ଉତ୍ତଳ ଦର୍ପଣ ଲଗାଇବା ପାଇଁ ପରାମର୍ଶ ଦିଆଯାଇଛି। ବ୍ରହ୍ମପୁର ଯିବା ରାସ୍ତାରେ ଥିବା ଲୁହା ବ୍ୟାରିକେଡ ଗୁଡିକ ମରାମତି କରିବାକୁ କୁହାଯାଇଛି। ଜାତୀୟ ରାଜପଥରେ ମଧ୍ୟ କ୍ୟାମେରା ଲଗାଇ ହେଲମେଟ୍‌ ନ ପିନ୍ଧି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ବିରୋଧରେ ମୋଟରଯାନ ଆଇନ୍‌ ଅନୁଯାୟୀ ଦୃୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ଜାତୀୟ ରାଜପଥ କଡରେ ଥିବା ଦୋକାନ ଗୁଡିକୁ ହଟାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଗାଡି ଚାଳକ ମାନଙ୍କର ଚକ୍ଷୁ ପରୀକ୍ଷା କରାଯିବା ସହ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଏକ ଶିବିର କରାଯିବ ବୋଲି କୁହାଯାଇଛି। ବୈଠକରେ ବ୍ରହ୍ମପୁର ମହାନଗର ନିଗମର କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର୍‌, ବ୍ରହ୍ମପୁର ଏସପି ପିନାକ ମିଶ୍ର, ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ଡା.ବିଜୟ କୁମାର ପାଣିଗ୍ରାହୀ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଭିନ୍ନ ବିଭାଗର ଯନ୍ତ୍ରୀ ଓ ଜିଲା ଟ୍ରକ୍‌ ଆସୋସିଏଶନ୍‌ର ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri