ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଚାଲିଛି ଗଛକଟା

ଦାରିଙ୍ଗବାଡ଼ି,୨୪।୮(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗରମ ବୃଦ୍ଧି ପାଇବା ସହ ଅସ୍ବାଭାବକି ଭାବେ ପାଣିପାଗର ପରିବର୍ତ୍ତନ ହେଉଛି। ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ କଂକ୍ରିଟ ରାସ୍ତା, ଘର ବୃଦ୍ଧି ପାଉଛି। ସେହିପରି ଜନବସତି ବୃଦ୍ଧି ଯୋଗୁ ଜଙ୍ଗଲ ମଧ୍ୟ କ୍ଷୟ ହେବାରେ ଲାଗିଛି। ଅନ୍ୟପଟେ ଜନସଂଖ୍ୟା ଅନୁଯାୟୀ ଯାନବାହନ ବୃଦ୍ଧି ପାଇଛି। ଏବେ ପୁଣି ଜଙ୍ଗଲ ସଫା ଆଉଏକ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳ ଏବେ ଜଙ୍ଗଲ ସଫା ଯୋଗୁ ନିଜ ସୌନ୍ଦର୍ଯ୍ୟ ହରାଇବାକୁ ବସିଲାଣି। ଗୋଟିଏ ପଟେ କାଠ ମାଫିଆ ଜଙ୍ଗଲ ସଫା କରିଆସୁଥିବାବେଳେ ଜିଲା ପ୍ରଶାସନ ଜଙ୍ଗଲଜମି ଲୋକଙ୍କୁ ପ୍ରଦାନ ପରେ ଜଙ୍ଗଲ ନିଜ ଅସ୍ତିତ୍ୱ ହରାଇବାକୁ ବସିଲାଣି। ସେପଟେ ରାଇପୁର ଠାରୁ ଗୋପାଳପୁର ପର୍ଯ୍ୟନ୍ତ ୫୯ନଂ ଜାତୀୟ ରାଜପଥ ସମ୍ପ୍ରସାରଣ ହୋଇଥିବାବେଳେ ଏବେ ବାଲିଗୁଡ଼ା ଠାରୁ ଦାରିଙ୍ଗବାଡ଼ି ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଜୋରଦାର ଚାଲିଛି। ଏଥିପାଇଁ ରାଜପଥ କଡ଼ରେ ରହିଥିବା ପ୍ରାୟ ୨୫ଶହ ଗଛ କଟାଯିବ। ତେବେ ବନ ବିଭାଗର ଉଦ୍ୟମରେ ପ୍ରାୟ ୧ହଜାର ଗଛକୁ ନୂତନ ଜ୍ଞାନକୌଶଳରେ ରାଜପଥ କଡ଼ରୁ ନେଇ ଜଙ୍ଗଲ ଭିତରେ ପୁନଃରୋପଣ କରାଯାଇଛି। ତେବେ ବଳକା ଗଛ ଏବେ ବନ ବିଭାଗର କର୍ପୋରେସନ ପକ୍ଷରୁ କଟା ଚାଲିଛି। ଫଳରେ ଅଞ୍ଚଳରେ ପୁଣି ଗରମ ଦ୍ୱିଗୁଣିତ ହେବା ଆଶଙ୍କା କରାଯାଉଛି। ଦାରିଙ୍ଗବାଡିର ଜଙ୍ଗଲ, ପାହାଡ଼, ଝରଣା ଏହି ପର୍ଯ୍ୟଟନ କେନ୍ଦ୍ରକୁ ଆସିବା ପାଇଁ ଦର୍ଶକଙ୍କୁ ଆକୃଷ୍ଟ କରିଥାଏ। ଗଛ କଟାଯିବା ପରେ ରାଜପଥରେ ଯାଉଥିବା ପଥିକ ମାନେ ଆଉ ଗଛ ଛାଇ ପାଇପାରିବେ ନାହିଁ। ବନ ବିଭାଗ ଗଛ ସ୍ଥାନାନ୍ତର ପ୍ରକ୍ରିୟା ବିଫଳ ହୋଇଛି। ଅଧାରୁ ଉର୍ଦ୍ଧ୍ୱ ଗଛ କଟାଯାଉଥିବାବେଳେ ତା ପରିବର୍ତ୍ତେ ପୁଣି ୧୦ଗୁଣ ଗଛ ଲାଗାଯିବ ବୋଲି କର୍ପୋରେସନର ଫିଲ୍ଡ ଆଶିଷ୍ଟାଣ୍ଟ ଦେବାନନ୍ଦ ପାଣି କହିଛନ୍ତି। ପୁଣି ଚାରାରୋପଣ କରାଗଲେ ମଧ୍ୟ ତାହା ବଢ଼ିବା ପାଇଁ ବହୁ ସମୟ ଦରକାର। ବନବିଭାଗ ଉଦ୍ୟମ କରି କିଛି ଗଛ ବଞ୍ଚାଇବା ଆବଶ୍ୟକ ବୋଲି ବୁଦ୍ଧିଜୀବୀମାନେ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri