ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଲଙ୍କାକାଣ୍ଡ ଘଟାଇଛନ୍ତି। ସେମାନେ ଏକ ଜେସିବିକୁ ପୋଡ଼ି ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଘଟଣାସ୍ଥଳରେ ପହଞ୍ଚତ୍ଥିବା ପୋଲିସ ଗାଡ଼ିକୁ ମଧ୍ୟ ସେମାନେ ଭଙ୍ଗାରୁଜା କରିଛନ୍ତି। ଆହତଙ୍କୁ କ୍ଷତିପୂରଣ ଏବଂ ପ୍ରଶାସନ ପକ୍ଷରୁ ସମସ୍ତ ଚିକିତ୍ସା ସହାୟତା ଦାବିରେ ଅଞ୍ଚଳବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ।


ଅଭିଯୋଗ ଅନୁଯାୟୀ, ବଡସୁଅଁ।ଳ ଗ୍ରାମ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ଲାଗି ଏନ୍‌ଏସି ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ପୂର୍ବରୁ ୧୦୦ ମିଟର ପର୍ଯ୍ୟନ୍ତ ଉଚ୍ଛେଦ କରିବାକୁ ସୀମା ନିର୍ଦ୍ଧାରଣ କରାଯାଇଥିଲା। ହେଲେ ପ୍ରଶାସନ ପକ୍ଷରୁ ୧୨୦ ମିଟର ଯାଏ ନିର୍ମାଣ ଭଙ୍ଗା ଯାଇଥିଲା। ଲୋକଙ୍କ ଅଗୋଚରରେ ହଠାତ୍‌ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ସମୟରେ ଏକ ଘର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ବଦ୍ରିପ୍ରିୟା ଖଟୁଆ (୩୨), ବବିତା ଖଟୁଆ (୩୫), କାଜଲ ଖଟୁଆ (୧୬), ନୀଳିମା ଖଟୁଆ (୧୨), ଖୁସି ଖଟୁଆ (୧୩), ଲୁଇ ଖଟୁଆ (୧୧), ଦୀପୁନ ଖଟୁଆ (୯), କ୍ରିଷ୍ଣା ଖଟୁଆ ପ୍ରମୁଖ ଏଥିରେ ଚାପି ହୋଇଯାଇଥିଲେ। ସୌଭାଗ୍ୟରୁ ସମସ୍ତେ ଏକ ବିମ୍‌ ତଳେ ରହିଯିବାରୁ ଅଳ୍ପକେ ସମସ୍ତଙ୍କ ଜୀବନ ବଞ୍ଚତ୍ ଯାଇଛି। ନୀଳିମା, ଦୀପୁନ, କ୍ରିଷ୍ଣାଙ୍କ ଅବସ୍ଥା ଗୁରୁତର ରହିଛି। କେତେକଙ୍କ ଆଭ୍ୟନ୍ତରୀଣ ଅଙ୍ଗରେ କ୍ଷତ ସୃଷ୍ଟି ହୋଇଛି। ସମସ୍ତଙ୍କୁ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ସୂଚନାପାଇ ତହସିଲଦାର ସୁଧାଂଶୁ କୁମାର ମହାନ୍ତି, ଅତିରିକ୍ତ ତହସିଲଦାର ଅନୁପମା ମୁର୍ମୁ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ଉତ୍ତ୍ୟକ୍ତ ଲୋକେ ପୋଲିସ ଗାଡ଼ି ଭଙ୍ଗାରୁଜା କରିବା ସହ ଏକ ଜେସିବିରେ ନିଅଁା ଲଗାଇ ଦେଇଥିଲେ। ଏଥିସହ ଅନ୍ୟ ଏକ ଜେସିବିକୁ ଭାଙ୍ଗି ଦେଇଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା ଦେଖି ଏନ୍‌ଏଚ୍‌ଏଆଇର କର୍ମଚାରୀମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି। ଖବର ଲେଖାଯିବା ସୁଦ୍ଧା ଲୋକମାନେ ବଡସୁଅଁାଳଠାରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ସେମାନେ ଦାବି କରିଛନ୍ତି ଯେ, ବିନା ସୂଚନାରେ ଅଧିକ ୨୦ ମିଟର ଯାଏ ଉଚ୍ଛେଦ କରାଯାଇଛି। ଏହା ବେଆଇନ। କେତେ ମିଟର ଉଚ୍ଛେଦ ହେବ ପ୍ରଥମେ ପ୍ରଶାସନ ପକ୍ଷରୁ ଚିହ୍ନଟ କରାଯାଉ। ଏହାପରେ ଉଚ୍ଛେଦ କରାଯାଉ। ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଅନ୍ୟପଟେ ରାତି ୯ଟା ସୁଦ୍ଧା ସମାଧାନର ସୂତ୍ର ବାହାରିପାରିନାହିଁ। ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶାସନ, ରାସ୍ତା ନିର୍ମାଣକାରୀ ଠିକାସଂସ୍ଥା, ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ, ଅଞ୍ଚଳବାସୀ ମିଳିତ ବୈଠକ ବସିବ। ଏହାପରେ ସମାଧାନର ସୂତ୍ର ବାହାରିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri