Posted inଖେଳ

ଜାତୀୟ ସିନିୟର ଫୁଟବଲ ସେମିଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଅରୁଣାଚଳ ପ୍ରଦେଶର ପାସିଘାଟସ୍ଥିତ ସିଏଚଏଫ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟବଲ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ କ୍ୱାର୍ଟର ଫାଇନାଲରେ ଓଡ଼ିଶା ୫-୦ ଗୋଲରେ ଅରୁଣାଚଳ ପ୍ରଦେଶକୁ ପରାସ୍ତ କରିଛି। ଗତଥରର ଫାଇନାଲିଷ୍ଟ ଓଡ଼ିଶା ପକ୍ଷରୁ ଦୀପା ନାୟକ ୧୬ ଓ ୭୪, ରୁନି ନାୟକ ୩୯, ଯସୋଦା ମୁଣ୍ଡା ୪୫+୧ ଏବଂ ସୁମିତ୍ରା ଖାଲ୍‌କୋ ୭୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଷ୍ଟାଡିୟମରେ ଉପସ୍ଥିତ ୭୦୦୦ ଦର୍ଶକଙ୍କ ସମର୍ଥନ ସତ୍ତ୍ୱେ ଅରୁଣାଚଳ ପ୍ରଦେଶ ପ୍ରତିପକ୍ଷ ଓଡ଼ିଶାକୁ ଟକ୍କର ଦେଇପାରି ନ ଥିଲା। ପ୍ରଥମାର୍ଦ୍ଧ ଶେଷସୁଦ୍ଧା ୩-୦ ଗୋଲରେ ଅଗ୍ରଣୀ ରହିଥିବା ଓଡ଼ିଶା ଦ୍ୱିତୀୟାର୍ଦ୍ଧରେ ଆଉ ୨ଟି ଗୋଲ ଦେଇଥିଲା। କ୍ୱାର୍ଟର ଫାଇନାଲ ମ୍ୟାଚ ଗୁଡ଼ିକ ଶେଷ ହେବାପରେ ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ୨୨ ତାରିଖରେ ପ୍ରଥମ ସେମିଫାଇନାଲରେ ରେଲଓ୍ବେକୁ ଭେଟିବ ଓଡ଼ିଶା। ସେହିଦିନ ତାମିଲନାଡ଼ୁ ଓ ମଣିପୁର ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ଅନୁଷ୍ଠିତ ହେବ। ଶୁକ୍ରବାର ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ମଣିପୁର ୧୫-୨ ଗୋଲରେ ଝାଡ଼ଖଣ୍ଡକୁ ହରାଇ ଦେଇଥିଲା। ମଣିପୁର ପକ୍ଷରୁ ଅଧିନାୟିକା ବାଲା ଦେବୀ ଏକାକୀ ୧୦(୮, ୧୬, ୨୬, ୩୧, ୩୩, ୩୫, ୪୭, ୫୨, ୭୭ ଓ ୮୪ତମ ମିନିଟ)ଟି ଗୋଲ ସ୍କୋର କରିଥିଲେ। ଦୟା ଦେବୀ ୪ଟି ଓ ପ୍ରେମେଶ୍ୱରୀ ଗୋଟିଏ ଗୋଲ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri