Posted inଖେଳ

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର କ୍ରମାଗତ ତୃତୀୟ ବିଜୟ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶାର ଦଳର ଭଲ ପ୍ରଦର୍ଶନ ଅବ୍ୟାହତ ରହିଛି। ଶୁକ୍ରବାର ତୃତୀୟ ଦିବସରେ ଓଡ଼ିଶା ଦଳ ୩-୨ ସେଟ୍‌ରେ ଚଣ୍ଡିଗଡ଼କୁ ପରାସ୍ତ କରିଛି। ଏହାକୁ ମିଶାଇ ଓଡ଼ିଶା କ୍ରମାଗତ ତୃତୀୟ ବିଜୟ ସହ ହ୍ୟାଟ୍ରିକ କରିଛି। ପୂର୍ବ ୨ ମ୍ୟାଚରେ ଦଳ ଯଥାକ୍ରମେ ତ୍ରିପୁରାକୁ ୩-୦ ଓ ପଣ୍ଡିଚେରୀକୁ ୩-୦ ସେଟ୍‌ରେ ପରାସ୍ତ କରିଥିଲା। ଶୁକ୍ରବାର ଅନୁଷ୍ଠିତ ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ରାଜସ୍ଥାନ ୩-୦ରେ ଦିଲ୍ଲୀ, ଛତିଶଗଡ଼ ୩-୦ରେ ତ୍ରିପୁରା, ଜମ୍ମୁ କଶ୍ମୀର ୩-୦ରେ ପଣ୍ଡିଚେରୀ, ଗୁଜରାଟ ୩-୦ରେ ଝାଡ଼ଖଣ୍ଡ, ଆସାମ ୩-୦ରେ ମିଜୋରାମ ଓ ପଶ୍ଚିମବଙ୍ଗ ୩-୦ ସେଟ୍‌ରେ ମଣିପୁରକୁ ପରାସ୍ତ କରିଛି।
ମହିଳା ଦଳର ଦ୍ୱିତୀୟ ପରାଜୟ
ଓଡ଼ିଶା ମହିଳା ଦଳ କିନ୍ତୁ ଦ୍ୱିତୀୟ ପରାଜୟ ବରଣ କରିଛି। ଦ୍ୱିତୀୟ ଦିବସରେ ପଣ୍ଡିଚେରୀକୁ ୩-୦ରେ ପରାସ୍ତ କରିଥିବା ଓଡ଼ିଶା ତୃତୀୟ ଦିବସରେ ସେହି ପ୍ରଦର୍ଶନକୁ ଦୋହରାଇ ପାରିନାହିଁ। ଦଳ ୦-୩ ସେଟ୍‌ରେ ଉତ୍ତର ପ୍ରଦେଶ ନିକଟରୁ ହାରି ଯାଇଛି। ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ଝାଡ଼ଖଣ୍ଡ ୩-୦ରେ ଜମ୍ମୁ କଶ୍ମୀର, ପଞ୍ଜାବ ୩-୧ରେ ଛତିଶଗଡ଼, ଗୁଜରାଟ ୩-୦ରେ ତ୍ରିପୁରା, ଚଣ୍ଡିଗଡ଼ ୩-୦ରେ ପଣ୍ଡିଚେରୀ ଓ କେରଳ ୩-୦ରେ କର୍ନାଟକକୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri