Posted inଖେଳ

ଜାତୀୟ ସିନିୟର ରୋଲବଲ ଚାମ୍ପିୟନଶିପ୍‌ ଓଡ଼ିଶା ଦଳ ଘୋଷଣା

ଭୁବନେଶ୍ୱର, ୨୦।୮(କ୍ରୀଡ଼ା ପ୍ରତିନିଧି)-
ଗୁଜରାଟର ସୁରଟଠାରେ ୧୬ତମ ଜାତୀୟ ସିନିୟର ରୋଲବଲ ଚାମ୍ପିୟନଶିପ୍‌ ଚଳିତମାସ ୨୧ରୁ ୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ରୋଲବଲ ଆସୋସିଏଶନ(ଓଆରବିଏ) ପକ୍ଷରୁ ସୋମବାର ଓଡ଼ିଶା(ପୁରୁଷ) ଦଳ ଘୋଷଣା କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ଜିଲାର ଖେଳାଳିମାନେ ସ୍ଥାନ ପାଇଛନ୍ତି। ମନୋନୀତ ଖେଳାଳିମାନଙ୍କୁ ପୂର୍ବାହ୍ନରେ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଆସୋସିଏଶନର କାର୍ଯ୍ୟକାରିଣୀ ସଦସ୍ୟ ମଳୟ ଦାସ, ପ୍ରକାଶ ଚନ୍ଦ୍ର ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଦଳ ଗୁଜରାଟ ଅଭିମୁଖେ ଯାତ୍ରା କରିଛି। ପ୍ରକାଶ ଯୋଗ୍ୟ ଯେ, ରୋଲବଲ ହେଉଛି ଶତ ପ୍ରତିଶତ ଭାରତ ଭିତ୍ତିକ କ୍ରୀଡ଼ା। ଏହା ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରଣାଳୟ, ନ୍ୟାଶନାଲ ସ୍କୁଲ ଗେମ୍ସ ଫେଡେରେଶନ, ଅଲ୍‌ ଇଣ୍ଡିଆ ୟୁନିଭର୍ସିଟି/କଲେଜ ଗେମ୍ସ ୟୁନିୟନଦ୍ୱାରା ସ୍ବିକୃତିପ୍ରାପ୍ତ। ଓଡ଼ିଶା ରୋଲବଲ ଆସୋସିଏଶନ ହେଉଛି ରୋଲ ବଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆର ସହବନ୍ଧିତ ଅନୁଷ୍ଠାନ।
ଓଡ଼ିଶା ଦଳ: ବିଶ୍ୱଜିତ ସ୍ବାଇଁ, ସୌମ୍ୟରଞ୍ଜନ ଜୟସିଂ, ଅଭିଜିତ ସ୍ବାଇଁ, ପଞ୍ଚାନନ ବେହେରା, ଅଭିଷେକ ସ୍ବାଇଁ, ସନ୍ତୋଷ କୁମାର ପାତ୍ର ଓ ପ୍ରବୀଣ କୁମାର ବିଷୋୟୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri