Posted inଖେଳ

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା ଚାମ୍ପିୟନ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ୫-ଏ-ସାଇଡ୍‌ ହକି (ମିଳିତ ମହିଳା-ପୁରୁଷ) ପ୍ରଦର୍ଶନୀ ଟୁର୍ନାମେଣ୍ଟର ସେମିଫାଇନାଲରେ ଓଡ଼ିଶା ପରାଜିତ ହୋଇଛି। ଫାଇନାଲରେ ଉତ୍ତରପ୍ରଦେଶକୁ ୫-୪ ଗୋଲରେ ହରାଇ ହରିୟାଣା ଚାମ୍ପିୟନ ହୋଇଛି।
ପ୍ରଥମ ସେମିଫାଇନାଲରେ ହରିୟାଣା ନିକଟରୁ ଓଡ଼ିଶା ୩-୬ ଗୋଲରେ ହାରି ଯାଇଥିଲା। ହରିୟାଣା ପକ୍ଷରୁ ଅନୁ ୧ ଓ ୩, ପ୍ରଦୀପ ମୋର ୪, ୧୪ ଏବଂ ଅଧିନାୟକ ମନଦୀପ ଆଣ୍ଟିଲ ୧୭ ଓ ୧୮ତମ ମିନିଟରେ ୨ଟି ଲେଖାଏ ଗୋଲ ଦେଇଥିଲେ। ଓଡ଼ିଶା ପକ୍ଷରୁ ସୁଶୀଲ ଧନଓ୍ବାର ୧୦, ଆଲବର୍ଟ ଟେଟେ ୧୩ ଓ ପ୍ରସାଦ କୁଜୁର ୧୮ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ। ଦ୍ୱିତୀୟ ସେମିଫାଇନାଲରେ ଉତ୍ତର ପ୍ରଦେଶ ୮-୪ ଗୋଲରେ କର୍ନାଟକକୁ ହରାଇ ଦେଇଥିଲା। ଫାଇନାଲଟି ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ପ୍ରଥମାର୍ଦ୍ଧରେ ୪ଟି ଗୋଲ ଦେଇ ହରିୟାଣା ଡ୍ରାଇଭର ସିଟ୍‌ରେ ବସିଥିଲେ ହେଁ ଉତ୍ତର ପ୍ରଦେଶ ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରି ମ୍ୟାଚକୁ ରୋମାଞ୍ଚକ କରିଥିଲା। ମାତ୍ର ଶେଷରେ ଗୋଟିଏ ଗୋଲ ବ୍ୟବଧାନରେ ବାଜି ମାରିଥିଲା ହରିୟାଣା। ହରିୟାଣା ପକ୍ଷରୁ ପ୍ରଦୀପ ମୋର(୨,୧୮), ଦୀପିକା (୭, ୮) ଓ ମନଦୀପ (୪) ଏବଂ ଉତ୍ତର ପ୍ରଦେଶ ପକ୍ଷରୁ ରାଜ କୁମାର ପାଲ(୧୨, ୧୩, ୧୭) ଏବଂ ଅଧିନାୟକ ମହମ୍ମଦ ଅମିର ଖାଁ (୧୯୦ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri