ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି

ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ ବାଳିକା ବିଭାଗର ୮ ବର୍ଷ ବର୍ଗରେ ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଅନ୍ବେଷା ବିଷୋୟୀ ମାତ୍ର ୪୬ ସେକେଣ୍ଡରେ ଅତିକ୍ରମ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିଭଳି ୩୦୦ ମିଟର ରେସ୍‌ରେ ଡିଏଭି ପବ୍ଲିକ ସ୍କୁଲ ଛାତ୍ର ଆଶୁତୋଷ ପାଢୀ ୧୦ ବର୍ଷ ବୟସ ବର୍ଗ ୪୧ ସେକେଣ୍ଡରେ କଭର କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ସିବିଏସ୍‌ଇର ଫାର ଇଷ୍ଟ ଜୋନ୍‌ ଓଡ଼ିଶା ରାଜ୍ୟ ସମେତ ଆସାମ, ଅରୁଣାଚଳ ପ୍ରଦେଶ, ମିଜୋରାମ, ସିକିମ୍‌ ଏବଂ ପଶ୍ଚିମବଙ୍ଗ ଭଳି ୧୧ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ସ୍କେଟରମାନେ ଅଂଶ ଗ୍ରହଣ କରିଛନ୍ତି। ସମସ୍ତଙ୍କୁ ପଛରେ ପକାଇ ଗୋଟିଏ ସ୍ବର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି ବ୍ରହ୍ମପୁରର ଖେଳାଳି । ଏହି ସଫଳତା ପାଇଁ ନିଜ ବିଦ୍ୟାଳୟ, ଅଭିଭାବକ ଓ ସ୍କେଟିଂ ଅଭ୍ୟାସ କରୁଥିବା ବ୍ରହ୍ମପୁର କମାପଲ୍ଲୀସ୍ଥିତ ସିଲକି ରୋଲର ସ୍କେଟିଂ ଏକାଡେମୀ ପକ୍ଷରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ନଭେମ୍ବରରେ କର୍ନାଟକର ବେଲଗାଭୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ କୁନି ସ୍କେଟର ଅନ୍ବେଷା ମନୋନୀତ ହୋଇଛନ୍ତି । ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri