ଜାତୀୟ ସ୍ମୃତି ହେବ ଗୋପବନ୍ଧୁଙ୍କ ଜନ୍ମପୀଠ: ସୁଆଣ୍ଡୋରେ ୫-ଟି ସଚିବ

ସାକ୍ଷୀଗୋପାଳ,୨୭ା୧(ଡି.ଏନ.ଏ)- ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମପୀଠକୁ ଜାତୀୟ ସ୍ମୃତି ଭାବେ ସଂରକ୍ଷିତ କରାଯିବାକୁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟାନ ପାଣ୍ଡିଆନ ରବିବାର ଅପରାହ୍ନରେ ପୁରୀ ଜିଲା ସତ୍ୟବାଦୀ ବ୍ଲକର ସୁଆଣ୍ଡୋ ଗ୍ରାମ ଗସ୍ତରେ ଆସିଛନ୍ତି। ଗ୍ରାମ ମନ୍ଦିର ଉନ୍ନୟନ ସହ ଗୋପବନ୍ଧୁଙ୍କ ପୈତୃକ ବାସଗୃହର ପୁନରୁଦ୍ଧାର କରାଯାଇ ଏହାକୁ ଜାତୀୟ ସ୍ମୃତି ଉଦ୍ଦେଶ୍ୟରେ ସଂରକ୍ଷିତ କରାଯିବ। ଏଥିପାଇଁ ଜମି ହସ୍ତାନ୍ତର ନେଇ ପରିବାରର ସଦସ୍ୟମାନଙ୍କ ସହ ଆଲୋଚନାକ୍ରମେ ଉକ୍ତ ପ୍ରକଳ୍ପର ରୂପରେଖ ଚୂଡ଼ାନ୍ତ ହେବ ବୋଲି ଜଣାପଡିଛି। ସଚିବଙ୍କ ସହିତ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂହ, ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଇଡକୋର ସିଏମଡି ବିନ୍ଧେଶ୍ୱର ପାତ୍ର, ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ ଓ ଇଂ ଶାନ୍ତନୁ କୁମାର ଜେନା ପ୍ରମୁଖ ଅଧିକାରୀ ଗୋପବନ୍ଧୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ପୁରାତନ ବାସଗୃହ, ଗ୍ରାମ ମନ୍ଦିର, ବିଦ୍ୟାଳୟ ଆଦି ପରିଦର୍ଶନ କରିଥିଲେ। ଜମି ହସ୍ତାନ୍ତର ନେଇ ସଚିବ ଓ ଜିଲାପାଳ ପରିବାରର ସଦସ୍ୟ ଧିରେନ୍ଦ୍ର ନାଥ ଦାସ ଓ ରବୀନ୍ଦ୍ର ନାଥ ଦାସ ଏବଂ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri