Posted inଜାତୀୟ

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ ଏରିୟନ୍‌-୫-ଇସିଏ ଦ୍ୱାରା ଏହାକୁ ଭାରତୀୟ ସମୟ ରାତି ୨ଟା ୩୫ ମିନିଟରେ ଉତ୍‌କ୍ଷେପଣ କରାଯିବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ଏହାର ଓଜନ ୩୧ ଶହ କିଲୋଗ୍ରାମ୍‌ ରହିଛି। ଏହା ଇନସାଟ୍‌ ଉପଗ୍ରହ ସ୍ଥାନରେ କାର୍ଯ୍ୟ କରିବ। ଏହା ଆସନ୍ତା ୧୫ ବର୍ଷ ପାଇଁ କାର୍ଯ୍ୟକ୍ଷମ ହେବ ବୋଲି କୁହାଯାଉଛି। ଏହା ଦ୍ୱାରା ଟେଲିଭିଜନ ପ୍ରସାରଣ, ପାଣିପାଗ ସୂଚନା ଆଦି ସମ୍ପନ୍ନ ହେବ। ସମ୍ପ୍ରତି ମହାକାଶରେ ଜିସାଟ୍‌ ସିରିଜ୍‌ର ୧୪ଟି ଉପଗ୍ରହ କାର୍ଯ୍ୟ କରୁଛି। ଏହାଦ୍ୱାରା ଭାରତରେ ସଞ୍ଚାର ବ୍ୟବସ୍ଥା ସୁଦୃଢ଼ ହୋଇପାରିଛି। ସୂଚନାଯୋଗ୍ୟ, ୨୦୨୦ରେ ଭାରତ ୧୦ଟି ଉପଗ୍ରହ ଉତ୍‌କ୍ଷେପଣ କରିବ ବୋଲି ଇସ୍ରୋ ପକ୍ଷରୁ ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri