Posted inଖେଳ

ଜାପାନ ମହିଳା ରେସଲର ହାନାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୫: ଜାପାନର ପେସାଦାର ମହିଳା ରେସଲର ହାନା କିମୁରା ମାତ୍ର ୨୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ତେବେ ସେ କିଭଳି ମୃତ୍ୟୁବରଣ କରିଛନ୍ତି ସେ ନେଇ କିଛି ସ୍ପଷ୍ଟ କରାଯାଇ ନାହିଁ। ଷ୍ଟାରଡବ ରେସଲିଂ ସହିତ ସେ ଜଡିଥ ଥିଲେ ଓ ଏହି ସଂସ୍ଥା ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଛି। ତାଙ୍କ ମୃତ୍ୟୁ ନେଇ ତଦନ୍ତ ଜାରି ରହିଛି। ସେ ତାଙ୍କ ଘରେ ମରି ପଡିଥିବାର ଦେଖାଯାଇଥିଲା ବୋଲି ଜାପାନ ଗରମାଧ୍ୟମଗୁଡିକ ଉଲ୍ଲେଖ କରିଛନ୍ତି। ନେଟ୍‌ଫ୍ଲିକ୍ସ ରିୟଲିଟି ଶୋ ‘ଟେରାସ ହାଉସ୍‌’ ତାଙ୍କର ଭୂମିକା ନେଇ କେତେକେ ଲୋକଙ୍କ ନଜରକୁ ଆସିଥିଲେ। ଏହି ଶୋ’ରେ ୩ଜଣ ପୁରୁଷ ଓ ମହିଳା ଅସ୍ଥାୟୀ ଭାବେ ଗୋଟିଏ ଘରେ ଏକାଠି ରହୁଥିଲେ। ତେବେ କରୋନା ଭାଇରସ୍‌ କାରଣରୁ ଏହାକୁ ବନ୍ଦ କରାଯାଇଥିଲା। କିମୁରାଙ୍କ ପରଲୋକ ନେଇ ରେସଲିଂ ଜଗତରେ ହଇଚଇ ସୃଷ୍ଟି ହୋଇଛି। ତାଙ୍କ ମୃତ୍ୟୁ ପାଇଁ ଅନ୍‌ଲାଇନ୍‌ ବୁଲିଂ ବା ବଦ୍‌ମାସମାନଙ୍କୁ ଦାୟୀ କରାଯାଉଛି। ଡବ୍ଲ୍ୟୁଡବ୍ଲ୍ୟୁଇ ହଲ୍‌ ଅଫ୍‌ ଫେମର ମିକ୍‌ ଫୋଲେ ଏ ନେଇ ଶୋକ ପ୍ରକାଶ କରିଛନ୍ତି। କିମୁରାଙ୍କ ମା କ୍ୟୋକୋ ମଧ୍ୟ ଜଣେ ଜଣାଶୁଣା ପେସାଦାର ରେସଲର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri