ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା। ଏହି ଦୁଇଜଣ ହେଲେ ବାଲେଶ୍ୱର କମର୍ଦ୍ଦାର ଶେଖ୍‌ ମଣ୍ଟାଜ୍‌ ଏବଂ ଯାଜପୁର ବଡ଼ଚଣାର ଶେଖ୍‌ ବାହାରୁଦ୍ଦିନ୍‌। ରୋଷେଇ ପ୍ରସ୍ତୁତ ସମୟରେ ଗ୍ୟାସ ନିର୍ଗତ ହେବାରୁ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତ୍ୟୁ ଖବର ପାଇ ସେମାନଙ୍କ ପରିଜନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ‘ଓଡ଼ିଶା: ମୋ ପରିବାର’ ସଂଗଠନ ସହ ଯୋଗାଯୋଗ କରିଥିଲେ।
ଏହି ଖବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟିକୁ ମଧ୍ୟ ଅଣାଯାଇଥିଲା। ଏହା ପରେ ତାଙ୍କ ନିର୍ଦ୍ଦେଶ କ୍ରମେ ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ ଏବଂ ଉପଦେଷ୍ଟା ବିବେକାନନ୍ଦ ପଟ୍ଟନାୟକ ଜାପାନସ୍ଥିତ ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିଥିଲେ। ଏହା ପରେ ସମସ୍ତ ଆଇନଗତ ପ୍ରକ୍ରିୟା ସମ୍ପାଦିତ ହୋଇଥିଲା। ରବିବାର ସକାଳୁ କଲିକତା ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ସେମାନଙ୍କ ମୃତଦେହ ପହଞ୍ଚିଥିଲା। ସେଠାରେ ଅରୂପ ଏବଂ ବିବେକାନନ୍ଦ ମୃତଦେହକୁ ଗ୍ରହଣ କରିବା ସହ ପୃଥକ ଗାଡିରେ ଉଭୟଙ୍କ ଗାଁକୁ ପଠାଇଥିଲେ। ସେହିପରି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କିଛି ଆର୍ଥିକ ସହାୟତା ମଧ୍ୟ ଯୋଗାଇ ଦିଆଯାଇଥିବା ଜଣାପଡିଛି। ଅନୁରୂପ ଭାବେ କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ମଧ୍ୟ ଉପରୋକ୍ତ ଦୁଇ ଓଡ଼ିଆଙ୍କ ମୃତଦେହକୁ ଫେରାଇ ଆଣିବା ପାଇଁ ନିଜସ୍ତରରେ ଉଦ୍ୟମ କରିଥିଲେ। ଗତ ୬ ତାରିଖରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟି ଦାବିପତ୍ର ମଧ୍ୟ ଦେଇଥିଲେ। ଜୟଶଙ୍କର ମଧ୍ୟ ସମସ୍ତ ପ୍ରକାର ସହାୟତା ଲାଗି ପ୍ରତିଶ୍ରୁତି ଦେଇଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ଏହି ଉଦ୍ୟମ ପାଇଁ ମୃତକଙ୍କ ପରିବାର ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri