Posted inଖେଳ

ଜାପାନିଜ ଗ୍ରାଁ ପି: ବୋଟାସଙ୍କୁ ଷଷ୍ଠ ବିଶ୍ୱ ଟାଇଟଲ

ସୁଜୁକା,୧୪।୧୦(ଏଏଫ୍‌ପି)- ଫିନ୍‌ଲାଣ୍ଡର ମର୍ସିଡିଜ୍‌ ଡ୍ରାଇଭର ଭାଲଟେରୀ ବୋଟାସ ଜାପାନିଜ ଗ୍ରଁାପି ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ରେସ୍‌ରେ ସେ ୧:୩୧:୫୨:୯୪୨ ସେକେଣ୍ଡ ସମୟ ନେଇ ବିଜୟୀ ହୋଇଛନ୍ତି। ଚଳିତ ସେସନ୍‌ରେ ବୋଟାସଙ୍କ ଏହା ଦ୍ୱିତୀୟ ବିଜୟ। ରେସ୍‌ରେ ବୋଟାସ ନିଜ ଦଳୀୟ ସାଥୀ ତଥା ୫ଥର ବିଶ୍ୱ ଚାମ୍ପିୟନ ହୋଇଥିବା ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ବାଜି ମାରିଛନ୍ତି। ଏହି ରେସ୍‌ରେ ଫେରାରିର ସେବାଷ୍ଟିଆନ ଭେଟେଲ ତୃତୀୟ, ରେଡ୍‌ବୁଲର ମ୍ୟାକ୍ସ ଭେର୍ଷ୍ଟାପେନ ଚତୁର୍ଥ ଓ ଫେରାରି ଚାଲର୍‌ସ ପଞ୍ଚମ ସ୍ଥାନରେ ରହିଛନ୍ତି। ସେ ୬ ମାସ ପରେ ସେ ଚଳିତ ବର୍ଷ ତାଙ୍କର ତୃତୀୟ ଟାଇଟଲ ଜିତିଛନ୍ତି। ଏହା ପୂର୍ବରୁ ସେ ଅଷ୍ଟ୍ରେଲିଆରେ ସିଜନର ପ୍ରଥମ ଓ ଏପ୍ରିଲ୍‌ରେ ଆଜରବୈଜାନରେ ଗ୍ରାଣ୍ଡପ୍ରିକ୍ସ ଟାଇଟଲ ହାସଲ କରିଥିଲେ। ନିଜ ପ୍ରଦର୍ଶନରେ ସେ ଖୁସି ଜାହିର କରିଛନ୍ତି। ସେ ତୃତୀୟ ପୋଜିଶନରୁ ରେସ୍‌ ଆରମ୍ଭ କରିଥିଲେ। ସେ ମର୍ସିଡିଜ ପାଇଁ ଷଷ୍ଠ ଟାଇଟଲ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri