Posted inଜାତୀୟ

ଜାମିଆ ଗୁଳିକାଣ୍ଡ: ବିରୋଧ ପ୍ରଦର୍ଶନ କରୁଥିବା ଛାତୀଛାତ୍ରଙ୍କୁ ବଳପୂର୍ବକ ହଟାଇଲା ପୋଲିସ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ଗୁଳିକାଣ୍ଡକୁ ନେଇ ହିଂସାକାଣ୍ଡ ଜୋର ଧରିଛି। ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ ନିଅ ସ୍ବାଧୀନତା’ କହିବା ସହ ବନ୍ଧୁକ ବୁଲାଇ ସେମାନଙ୍କ ଉପରକୁ ଗୁଳି ଚଳାଇଛନ୍ତି। ଏଥିରେ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଶାଦାବ ଫାରୁକ ନାମକ ଜଣେ ଛାତ୍ର ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରୀଛାତ୍ରଙ୍କୁ ପୋଲିସ ବଳପୂର୍ବକ ହଟାଇଦେଇଛି । ପାଲିସ ଏଭଳି କାର୍ଯ୍ୟକୁ ନେଇ ଛାତ୍ରଛାତ୍ରୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ମିଳିଥିବା ସୂଚନାନୁସାରେ ଜାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ଅପରାହ୍ନ ୧୨ଟାରେ ଏକ ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜାମିଆ ନଗରସ୍ଥିତ ଏହି ୟୁନିଭର୍ସିଟି କ୍ୟାମ୍ପସ୍ର ଗେଟ ନମ୍ବର ୭ରୁ ରାଜଘାଟ ପର୍ଯ୍ୟନ୍ତ ଯାଉଥିବା ଶୋଭାଯାତ୍ରାକୁ ପୋଲିସ ଅନୁମତି ଦେଇ ନ ଥିଲା। ହୋଲି ଫାମିଲି ହସ୍ପିଟାଲ ନିକଟରେ ସେମାନଙ୍କୁ ଅଟକାଇବା ପାଇଁ ବହୁସଂଖ୍ୟକ ପୋଲିସ କର୍ମଚାରୀ ମୁତୟନ ହୋଇଥିଲେ। ଶୋଭାଯାତ୍ରାକୁ ରୋକିବା ଲାଗି ପୋଲିସ ଯୋଜନା କରୁଥିବାବେଳେ ଭିଡ଼ ଭିତରୁ ହଠାତ୍‌ ଜଣେ କିଶୋର ବାହାରିଥିଲେ। ସେ ବିକ୍ଷୋଭକାରୀମାନଙ୍କ ଆଗରେ ବନ୍ଧୁକ ବୁଲାଇବା ସହ ବାରମ୍ବାର ‘ୟେ ଲୋ ଆଜାଦୀ’ ବୋଲି ସ୍ଲୋଗାନ ଦେଉଥିଲେ। ପୋଲିସ ତାଙ୍କ ପାଖରେ ପହଞ୍ଚତ୍ବା ପୂର୍ବରୁ ସେ ଗୁଳି ଚଳାଇ ସାରିଥିଲେ। ଜାମିଆ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗ ଛାତ୍ର ଶାଦାବଙ୍କ ବାମହାତରେ ଗୁଳି ବାଜିଥିଲା। ଏହି କଶ୍ମୀରୀ ଛାତ୍ରଙ୍କୁ ଏମ୍ସର ଟ୍ରମା କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି ଓ ସେ ବିପଦମୁକ୍ତ ଅଛନ୍ତି। ତେବେ ଏହି ଘଟଣାରେ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri