ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ ଜଣେ ରାଣୀମହୁମାଛି, ୨ ଦଲାଲ ସହ ୩ ଗ୍ରାହକଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଏଥିସହିତ ଘଟଣାସ୍ଥଳରୁ ପୋଲିସ ଏକ କାର, ସ୍କୁଟି, ବାଇକ ଓ ୭ ମୋବାଇଲ୍‌ ଫୋନକୁ ଜବତ କରିଛି। ସେହିପରି ର଼୍ୟାକେଟରେ କାମ କରୁଥିବା ଜଣେ ଯୁବତୀଙ୍କୁ ଉଦ୍ଧାର କରାଯାଇ ଶର୍ଟ ଷ୍ଟେ ହୋମ୍‌କୁ ପଠାଇ ଦିଆଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ସୂଚନାଯୋଗ୍ୟ, କିଛିଦିନ ହେବା ଏଠାରେ ସେକ୍ସ ର଼୍ୟାକେଟ ଚାଲୁଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ ରବିବାର ରାତିରେ ଚଢ଼ାଉ କରିଥିଲା। ଏହି ସମୟରେ ୨ଦଲାଲ ବଡ଼ଚଣା ଥାନା ମଙ୍ଗରାଜପୁର ଗ୍ରାମର ରବୀନ୍ଦ୍ର ସାହୁ (୩୦), ଖୋସାଲିପୁର ଗ୍ରାମର ସୋମ୍ୟଶ୍ରୀ ଜେନା(୨୨)ଙ୍କୁ ଗିରଫ କରାଯାଇଥିଲା। ଏହାପରେ ଗ୍ରାହକ ବାଲିଚନ୍ଦ୍ରପୁର ଥାନା ଭାକୁଡ ଗ୍ରାମର ମହେନ୍ଦ୍ର ମଲିକ (୨୫), ଧର୍ମଶଳା ଥାନା ଆରୁହା ଗ୍ରାମର ଲିପୁ ମଲିକ (୨୯) ଓ ବୈରୀ ଥାନା ଅମରାବତୀ ଗ୍ରାମର ବଳରାମ ସେଠୀ(୨୬)ଙ୍କୁ ପୋଲିସ ଗିରଫ କରିଥିଲା। ସେହିପରି ଦେହ ବ୍ୟବସାୟ ପାଇଁ ଆସିଥିବା ଜଣେ ଯୁବତୀଙ୍କୁ ପୋଲିସ ଉଦ୍ଧାର କରିଥିଲା। ଏମାନଙ୍କ ବୟାନକ୍ରମେ ପୋଲିସ ଜେନାପୁର ଥାନା ବିଛାଖଣ୍ଡି ଅଞ୍ଚଳର ରାଣୀମହୁମାଛିଙ୍କୁ ଗିରଫ କରିଥିଲା। ସେକ୍ସ୍‌ ର଼୍ୟାକେଟ ଚାଲିଥିବା ଘରୁ ପୋଲିସ ବିପୁଳ ପରିମାଣର ଆପତ୍ତିଜନକ ସାମଗ୍ରୀ ଜବତ କରିଥିବା ଥାନା ଅଧିକାରୀ ସରୋଜ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri