ଜାରିହେଲା ନିର୍ଦ୍ଦେଶନାମା, ଏଣିକି ଜରିମାନା

ଭୁବନେଶ୍ୱର, ୧୧।୧୦ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଅଧିକ ପରିଷ୍କାର ରଖିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ଏହାକୁ ସଫଳ କରିବା ପାଇଁ କମିଶନର ନିଜେ ଉଦ୍ୟମ ଆରମ୍ଭ କରିଛନ୍ତି। ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ମୋଟା ଅଙ୍କର ଜରିମାନା ଗଣିବାକୁ ପଡିବ। ବ୍ୟବସାୟୀ ହୁଅନ୍ତୁ ଅବା ସାଧାରଣ ଲୋକ ରାସ୍ତାରେ ଆବର୍ଜନା ପକାଇଲେ ୫ହଜାର ଟଙ୍କା ଜରିମାନା ଦେବେ। କେବଳ ସେତିକି ନୁହେଁ, ଓଦା ଓ ଶୁଖିଲା ଆବର୍ଜନାକୁ ପୃଥକ୍‌ କରି ନ ଦେଲେ ମଧ୍ୟ ତଣ୍ଡ ଗଣିବାକୁ ପଡିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅଳିଆ ପୃଥକ କରି ନ ଦେଲେ ୫ଶହ ଟଙ୍କା ତଣ୍ଡ ଗଣିବାକୁ ପଡିବ। ଉଭୟ ଘରୋଇ ଓ ବ୍ୟବସାୟୀଙ୍କ ଉପରେ ଏହାକୁ ଲାଗୁ କରାଯାଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରକୁ ଡଷ୍ଟବିନ୍‌ମୁକ୍ତ ସହର କରାଯିବା ସହ ପ୍ରତ୍ୟେକ ବ୍ୟକ୍ତି କିପରି ସ୍ବଚ୍ଛତାକୁ ଆପଣାଇବେ ସେ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି। ଏ ନେଇ ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ପରିମଳ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ନିୟମ ପାଳନ ନ କଲେ ସେମାନଙ୍କୁ ୫ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ଏଥିସହ ଯେଉଁମାନେ ଡଷ୍ଟବିନ୍‌ ରଖିବେ ନାହିଁ ସେମାନଙ୍କଠାରୁ ୫ହଜାର ଟଙ୍କା ଜରିମାନା ଏବଂ ଘରୋଇ ଅବା ବ୍ୟବସାୟୀ ଯେ କେହି ବି ଆବର୍ଜନାକୁ ପୃଥକ୍‌ କରି ନ ଦେଲେ ୫ଶହ ଟଙ୍କା ଜରିମାନା ଦେବାକୁ ପଡିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ସୋମବାରଠାରୁ ଏହି ସମସ୍ତ ନିୟମକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ସୂଚନା ଦିଆଯାଇଥିବାବେଳେ ପ୍ରଥମ ଦିନରୁ ହିଁ କମିଶନର ନିଜେ ବିଭିନ୍ନ ଅଞ୍ଚଳ ବୁଲି ତାଗିଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri