ଜାଲ ବୁଣି ସମୟ କାଟୁଛନ୍ତି ସମାରୁ

ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନର ସୁଯୋଗ ନେଇ ଅନେକଙ୍କ ଜୀବନଶୈଳୀରେ ବି ପରିବର୍ତ୍ତନ ଆସିଛି । ପୁରାତନ କାମକୁ ଆପଣେଇଛନ୍ତି ବହୁ ଲୋକ। ସେଭଳି ଜଣେ ବ୍ୟକ୍ତି ହେଲେ ସମ୍ବଲପୁର ମହାନଗର ନିଗମ ଅଧୀନ ରାସନପୁର ଗ୍ରାମରେ ସମାରୁ। ଗ୍ରାମର ୭୫ ବର୍ଷିୟା ବୃଦ୍ଧ ସମାରୁ ଭୋଇ ମାଛମରା ଜାଲ ବୁଣିବାରେ ସମୟ କାଟୁଛନ୍ତି । ପୂର୍ବରୁ ଜାଲ ବୁଣିବା ତାଙ୍କର ଅଭ୍ୟାସ ରହିଛି । ହେଲେ ଅନ୍ୟକାମରେ ବ୍ୟସ୍ତ ଥିବାରୁ ଜାଲ ବୁଣିବା ପାଇଁ ସମୟ ଦେଇ ପାରୁ ନ ଥିଲେ । ଏବେ ଲକ୍‌ଡାଉନ ଯୋଗୁ ଆଉ କିଛି କାମ ନାହିଁ, ତେଣୁ ଅଧିକ ସମୟ ଜାଲ ବୁଣିବା ପାଇଁ ସେ ଦେଉଥିବା କହିଛନ୍ତି । ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ କିଛି ସମୟ କାମ କଲେ ୧୦ ଦିନ ଭିତରେ ଗୋଟିଏ ଜାଲ ବୁଣିବା ସମ୍ପୂର୍ଣ୍ଣ ହୋଇଯିବ । ଜାଲ ବୁଣିବା ପରେ ଧୀବରମାନେ କିଣି ନେଇଥାନ୍ତି । ନିଜ ଘର ପାଇଁ ଗୋଟିଏ ଜାଲ ରଖିବା ପରେ ଅନ୍ୟ ଜାଲଗୁଡିକ ବିକ୍ରି କରାଯାଉଥିବା ସେ କହିଛନ୍ତି । ଗୋଟିଏ ଜାଲକୁ ୧୫ ଶହ ଟଙ୍କାରେ ବିକ୍ରି ହୋଇଥାଏ ବୋଲି ସମାରୁ କୁହନ୍ତି। ଏବେ ରୋଜଗାର ବନ୍ଦ ହୋଇଗଲା, ସରକାରୀ ସହାୟତା କିଛି ମିଳିଛି । ହେଲେ ଅଧିକ ସମୟ ବସି ରହିବା ପାଇଁ ଭଲ ଲାଗୁ ନାହିଁ । ତେଣୁ ଜାଲ ବୁଣିବା କାମ କରି କିଛି ରୋଜଗାର କରିବି ବୋଲି ଆଶା ରଖିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri