Posted inଜାତୀୟ

ଜାଲିକାଟ୍ଟୁ ପ୍ରତିଯୋଗିତା ବେଳେ ୩୫ ଆହତ

ମଦୁରାଇ,୧୬ା୧(ପି.ଟି.): ପୋଙ୍ଗଲ ପର୍ବ ଅବସରରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବାର୍ଷିକ ଷଣ୍ଢ କାବୁ କରିବା ପ୍ରତିଯୋଗିତା (ଜାଲିକାଟ୍ଟୁ)ରେ ଭାଗନେଇ ୩୫ ଜଣ ଆହତ ହୋଇଛନ୍ତି। ବୁଧବାର ପୋଙ୍ଗଲ ପର୍ବ ବେଶ୍‌ ଜାକଜମକରେ ଆରମ୍ଭ ହୋଇଥିଲା। ଏଥିରେ ୭୦୦ ଷଣ୍ଢ ଓ ୭୫୦ ପ୍ରତିଯୋଗୀ ଭାଗ ନେଇଥିଲେ। ଗୋଟିଏ ପରେ ଗୋଟିଏ ବଳବାନ୍‌ ଷଣ୍ଢଙ୍କୁ ପଡିଆ ମଧ୍ୟକୁ ଛଡ଼ାଯାଇଥିଲା ଓ ଯୁବକମାନେ ସେମାନଙ୍କ ଚୂଳ ଧରି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ। ବୁଧବାର ଅବନ୍ତିପୁରମ୍‌ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରରେ ଜାଲିକାଟ୍ଟୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଓ ଶୁକ୍ରବାର ମଧ୍ୟ କେତେକ ସ୍ଥାନରେ ଏହି ପ୍ରତିଯୋଗିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri