ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍‌, ମାଲିକ ଅଟକ

ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍‌ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା ବେଗୁନିଆପଡ଼ା ବଜାର ଉପରେ ଥିବା ଉକ୍ତ କମ୍ପ୍ୟୁଟର ସେଣ୍ଟରକୁ ସିଜ୍‌ କରିଛନ୍ତି। ବେଗୁନିଆପଡା ଅଞ୍ଚଳର ଜଣେ ବ୍ୟକ୍ତିଙ୍କର ସେନା ବିଭାଗରେ ଚାକିରି ନିମନ୍ତେ ଜାତିଗତ ପ୍ରମାଣପତ୍ର ଶୀଘ୍ର ଦରକାର ପଡ଼ିବାରୁ ସେ ଉକ୍ତ କମ୍ପ୍ୟୁଟର ସେଣ୍ଟରକୁ ଆସିଥିଲେ। ତେବେ ତାଙ୍କୁ ସେଠାରେ ଜାଲ ପ୍ରମାଣପତ୍ର ଦିଆଯାଇ ଚାକିରି ପାଇବା ପରେ ଅସଲି ପ୍ରମାଣପତ୍ର ନେବାକୁ କୁହାଯାଇଥିଲା। ବ୍ୟକ୍ତି ଜଣକ ଉକ୍ତ ଜାଲ୍‌ ପ୍ରମାଣପତ୍ର ଚାକିରି କ୍ଷେତ୍ରରେ ଦେଇଥିଲେ। ସେନା ବିଭାଗ ପକ୍ଷରୁ ତଦନ୍ତ ପାଇଁ କୋଦଳା ତହସିଲକୁ ଆସିବା ପରେ ସେଠାରୁ ଏଭଳି କୌଣସି ପ୍ରମାଣପତ୍ର ଦିଆଯାଇ ନ ଥିବା ଜଣାପଡ଼ିବାରୁ ସମ୍ପୃକ୍ତ ବ୍ୟକ୍ତି ଚାକିରି ହରାଇଥିଲେ। ଏ ନେଇ ତାଙ୍କ ମା’ କୋଦଳା ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଥିଲେ। ତହସିଲଦାର ପରିଡା ଓ ଅତିରିକ୍ତ ତହସିଲଦାର ଉକ୍ତ କମ୍ପ୍ୟୁଟର କେନ୍ଦ୍ରକୁ ଆସି ତଦନ୍ତ କରିବା ପରେ ତାହାକୁ ସିଜ୍‌ କରିବା ସହ ମାଲିକଙ୍କୁ ବେଗୁନିଆପଡା ଫାଣ୍ଡି ଜିମା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri