ଜାଲ୍‌ ନିଯୁକ୍ତିପତ୍ରରେ ଚାକିରି, ଯୁବକ ଗିରଫ

ବେତନଟୀ,୩୧ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଆଞ୍ଚଳିକ ଡାକ୍ତରଖାନାରେ ଜାଲ୍‌ ନିଯୁକ୍ତିପତ୍ର ଦେଇ ପୁରୁଷ ସ୍ବାସ୍ଥ୍ୟକର୍ମୀ ଭାବେ ଚାକିରି କରିଥିବା ଜଣେ ଯୁବକଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ ନିକଟ ବଡଖୁଆ ଗ୍ରାମର କୁରବାନ ମହମ୍ମଦ (୩୮) ବୋଲି ବୈଶିଙ୍ଗା ଥାନା ଆଇଆଇସି କୃଷ୍ଣଚନ୍ଦ୍ର ପଲେଇ କହିଛନ୍ତି। ଗତ ୨୫ ତାରିଖରେ କୁରବାନ ଏକ ନିଯୁକ୍ତିପତ୍ର ଧରି ବୈଶିଙ୍ଗା ଡାକ୍ତରଖାନାରେ ପହଞ୍ଚିଥିଲେ। ସେଠାରେ ଡାକ୍ତର ତପନ ବେହେରାଙ୍କୁ ସାକ୍ଷାତ କରି ସେ ଚାକିରିରେ ଯୋଗ ଦେଇଥିଲେ। ମଙ୍ଗଳବାର ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ବିଶ୍ୱ ରଞ୍ଜନ ଦାସଙ୍କ ନିକଟରେ ପହଞ୍ଚି ସେ ନିଯୁକ୍ତିପତ୍ର ଦେଖାଇବା ପରେ ଏହା ଜାଲ୍‌ ବୋଲି ଜଣାପଡିଥିଲା। ଏଥିନେଇ ଡା.ଦାସ ବୈଶିଙ୍ଗା ଥାନାରେ ଅଭିଯୋଗ କରିବାରୁ ପୋଲିସ କୁରବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିନେଇ ଥାନାରେ ଏକ ମାମଲା(ନଂ.୧୩୯/୧୯) ରୁଜୁ ହୋଇଛି। ଏହି ଜାଲ ନିଯୁକ୍ତିପତ୍ର ସେ କେଉଁଠୁ ଆଣିଲେ ଓ ଏଥିରେ ଅନ୍ୟ କାହାର ସମ୍ପୃକ୍ତି ଅଛି ଏନେଇ ପୋଲିସ ତଦନ୍ତ ଜାରି ରହିଥିବା ଥାନା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri