ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର

ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରାଯାଉଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ଟିମ୍‌ ଦ୍ୱାରା ସମସ୍ତ ଜୁନିୟର ଟିଚର ଓ ଶିକ୍ଷା ସହାୟକଙ୍କ ପ୍ରମାଣପତ୍ର ଯାଞ୍ଚ ହୋଇଥିଲା। କେତେଜଣଙ୍କ ପ୍ରମାଣପତ୍ର ଉପରେ ସନ୍ଦେହ ହେବାରୁ ତାହାକୁ ବୋର୍ଡକୁ ପଠାଯାଇଥିଲା। ଯାଞ୍ଚ ପରେ ସେଥିମଧ୍ୟରୁ କେତେକ ଜାଲ୍‌ ବୋଲି ଜଣାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜଣେ ଶିକ୍ଷକଙ୍କୁ ବହିଷ୍କାର କରାଯାଇଥିବା ବେଳେ ୩ ଜଣଙ୍କ ନାଁରେ ସେମାନଙ୍କ ଅଞ୍ଚଳର ଥାନାରେ ମାମଲା ରୁଜୁ ହୋଇସାରିଛି। ସମ୍ପୃକ୍ତ ୩ ଶିକ୍ଷକଙ୍କୁ ପୋଲିସ ଖୋଜୁଥିବା ଜଣାପଡିଛି।
ଜାଲ ପ୍ରମାଣପତ୍ର ଦେଇଥିବାରୁ ଛତ୍ରପୁର ବ୍ଲକ ପି. ଲକ୍ଷ୍ମୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଜେ. ସୁକାନ୍ତୀ ରେଡ୍ଡୀଙ୍କୁ ଗତ ୨୮ ତାରିଖରେ ସମଗ୍ର ଶିକ୍ଷାର ଜିଲା ପ୍ରକଳ୍ପ ସଂଯୋଜିକା ବିନିତା ସେନାପତି ଚାକିରିରୁ ବହିଷ୍କୃତ କରିଥିଲେ। ବହିଷ୍କୃତ ଶିକ୍ଷୟିତ୍ରୀଙ୍କ ନାଁରେ ଚମାଖଣ୍ଡି ଥାନାରେ ଏତଲା ଦିଆଯାଇଛି। ସେ ଫେରାର ଥିବାବେଳେ ପ୍ରମାଣପତ୍ରର ପୁନଃଯାଞ୍ଚ ପାଇଁ ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ସମ୍ପୃକ୍ତ ବୋର୍ଡକୁ ପଠାଯାଇଛିା ୨ ଜଣ ଶିକ୍ଷକ ଅନ୍ୟସ୍ଥାନରେ ନିଯୁକ୍ତି ପାଇଥିବା ଦର୍ଶାଇ ଚାକିରିରୁ ଇସ୍ତଫା ଦେଇଥିଲେ। ତେବେ ସେମାନଙ୍କ ପ୍ରମାଣପତ୍ର ମଧ୍ୟ ଜାଲ୍‌ ଥିବା ଯାଞ୍ଚ ପରେ ଜଣାପଡିଥିଲା। ସମ୍ପୃକ୍ତ ଶିକ୍ଷକମାନଙ୍କ ଇସ୍ତଫାପତ୍ର ବର୍ତ୍ତମାନ ସୁଦ୍ଧା ଗ୍ରହଣ କରାଯାଇ ନ ଥିବା ବେଳେ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯିବା ସହ ବିଭାଗୀୟ ଶୃଙ୍ଖଳାଗତ ପ୍ରୋସିଂଡିଂ ଆରମ୍ଭ ହୋଇଛି। ଏଥିପାଇଁ ଲୋକନାଥପୁର ପ୍ରାଥମିକ ସ୍କୁଲର ଶିକ୍ଷକ ଦିଲି ସାହୁଙ୍କ ନାଁରେ ଛତ୍ରପୁର ଥାନାରେ ଏବଂ ସାନଆର୍ଯ୍ୟପଲ୍ଲୀ ପ୍ରକଳ୍ପ ଉଚ୍ଚପ୍ରାଥମିକ ସ୍କୁଲର
ଶିକ୍ଷକ ସୁନୀତା କରଙ୍କ ନାଁରେ ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନାରେ ଏତଲା ଦିଆଯାଇଛି। ଏମାନେ ଫେରାର୍‌ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri